Masthead

ଆଜି ତିନି ଦଳର ହେଭିୱେଟଙ୍କ ପ୍ରଚାର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ନିର୍ବାଚନ ପାଇଁ ଏବେ ସାରା ଓଡ଼ିଶାରେ କମ୍ପନ ସୃଷ୍ଟି ହୋଇଛି । ରାଜନୈତିକ ଦଳ ବିଜୟ ପାଇଁ ଜାରି ରଖିଛନ୍ତି ମାରାଥନ୍ ପ୍ରଚାର । ଧର୍ମେନ୍ଦ୍ର ପ୍ରଧାନଙ୍କ ସଂସଦୀୟ କ୍ଷେତ୍ର ସମ୍ବଲପୁରରେ ପ୍ରଚାର ମୈଦାନକୁ ଓହ୍ଲାଇବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜି ସମ୍ବଲପୁର ସଂସଦୀୟ କ୍ଷେତ୍ର ଦେବଗଡ଼, ଛେଣ୍ଡିପଦା, ଆଠମଲ୍ଲିକରେ ବିଶାଳ ଜନସଭା କରିବେ ବିଜେଡି ସୁପ୍ରିମୋ ।

ସେପଟେ ରାଉରକେଲାରେ ମଧ୍ୟ ନବୀନଙ୍କର ଆଉଏକ କାର୍ଯ୍ୟକ୍ରମ ରହିଛି । ସେହିପରି ଆଜି ଓଡ଼ିଶା ଗସ୍ତରେ ଆସୁଛନ୍ତି ଗୃହମନ୍ତ୍ରୀ ଅମିତ୍ ଶାହ । ସମ୍ବଲପୁରରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ କରିବାକୁ ଥିବା ବେଳେ କଟକରେ ରୋଡ ସୋ କରିବେ ଅମିତ୍ । ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବା ପରେ ଗଞ୍ଜାମ ଜିଲ୍ଲାର ସୋରଡା ଯିବେ । ସେଠାରେ ବିଜୟ ମଧ୍ୟାନ ୧ଟାରେ ହେବାକୁ ଥିବା ସଙ୍କଳ୍ପ ସମାବେଶକୁ ସମ୍ବୋଧିତ କରିବେ । କଟକରେ ସନ୍ଧ୍ୟା ୫ଟାରେ ରୋଡ ସୋ’ କାର୍ଯ୍ୟକ୍ରମ ରହିବି ।

ସେହିପରି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଭୁବନେଶ୍ୱର ଆସିବେ । ସେ ଭୁବନେଶ୍ୱରରେ ଆୟୋଜିତ ଶୁଭଦ୍ରା ଯୋଜନା କାର୍ଯ୍ୟକ୍ରମରେ ଯୋଗଦେବେ । କଂଗ୍ରେସର ମନୋବଳ ବଢ଼ାଇବା ପାଇଁ ରାହୁଲ ଗାନ୍ଧୀ ମଧ୍ୟ ଆଜି ଓଡ଼ିଶା ଆସୁଛନ୍ତି । ଦିନ ୧୧ଟାରେ ଭୁବନେଶ୍ୱର ବିମାନବନ୍ଦରରେ ପହଁଚିବେ ରାହୁଲ । ଏହାପରେ ସିଧା ବଲାଙ୍ଗୀର ଅଭିମୁଖେ ଯାତ୍ରା କରିବେ । ୪୫ ମିନିଟ୍ ଧରି ସାଧାରଣ ସଭାରେ ରହିବାର କାର୍ଯ୍ୟକ୍ରମ ରହିଛି । ରାହୁଲଙ୍କ ଗସ୍ତକୁ ନେଇ କଂଗ୍ରେସ ଜୋରଦାର ପ୍ରସ୍ତୁତି ଚଳାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ