Masthead

ଆଜି ତିନି ଦଳର ହେଭିୱେଟଙ୍କ ପ୍ରଚାର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ନିର୍ବାଚନ ପାଇଁ ଏବେ ସାରା ଓଡ଼ିଶାରେ କମ୍ପନ ସୃଷ୍ଟି ହୋଇଛି । ରାଜନୈତିକ ଦଳ ବିଜୟ ପାଇଁ ଜାରି ରଖିଛନ୍ତି ମାରାଥନ୍ ପ୍ରଚାର । ଧର୍ମେନ୍ଦ୍ର ପ୍ରଧାନଙ୍କ ସଂସଦୀୟ କ୍ଷେତ୍ର ସମ୍ବଲପୁରରେ ପ୍ରଚାର ମୈଦାନକୁ ଓହ୍ଲାଇବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜି ସମ୍ବଲପୁର ସଂସଦୀୟ କ୍ଷେତ୍ର ଦେବଗଡ଼, ଛେଣ୍ଡିପଦା, ଆଠମଲ୍ଲିକରେ ବିଶାଳ ଜନସଭା କରିବେ ବିଜେଡି ସୁପ୍ରିମୋ ।

ସେପଟେ ରାଉରକେଲାରେ ମଧ୍ୟ ନବୀନଙ୍କର ଆଉଏକ କାର୍ଯ୍ୟକ୍ରମ ରହିଛି । ସେହିପରି ଆଜି ଓଡ଼ିଶା ଗସ୍ତରେ ଆସୁଛନ୍ତି ଗୃହମନ୍ତ୍ରୀ ଅମିତ୍ ଶାହ । ସମ୍ବଲପୁରରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ କରିବାକୁ ଥିବା ବେଳେ କଟକରେ ରୋଡ ସୋ କରିବେ ଅମିତ୍ । ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବା ପରେ ଗଞ୍ଜାମ ଜିଲ୍ଲାର ସୋରଡା ଯିବେ । ସେଠାରେ ବିଜୟ ମଧ୍ୟାନ ୧ଟାରେ ହେବାକୁ ଥିବା ସଙ୍କଳ୍ପ ସମାବେଶକୁ ସମ୍ବୋଧିତ କରିବେ । କଟକରେ ସନ୍ଧ୍ୟା ୫ଟାରେ ରୋଡ ସୋ’ କାର୍ଯ୍ୟକ୍ରମ ରହିବି ।

ସେହିପରି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଭୁବନେଶ୍ୱର ଆସିବେ । ସେ ଭୁବନେଶ୍ୱରରେ ଆୟୋଜିତ ଶୁଭଦ୍ରା ଯୋଜନା କାର୍ଯ୍ୟକ୍ରମରେ ଯୋଗଦେବେ । କଂଗ୍ରେସର ମନୋବଳ ବଢ଼ାଇବା ପାଇଁ ରାହୁଲ ଗାନ୍ଧୀ ମଧ୍ୟ ଆଜି ଓଡ଼ିଶା ଆସୁଛନ୍ତି । ଦିନ ୧୧ଟାରେ ଭୁବନେଶ୍ୱର ବିମାନବନ୍ଦରରେ ପହଁଚିବେ ରାହୁଲ । ଏହାପରେ ସିଧା ବଲାଙ୍ଗୀର ଅଭିମୁଖେ ଯାତ୍ରା କରିବେ । ୪୫ ମିନିଟ୍ ଧରି ସାଧାରଣ ସଭାରେ ରହିବାର କାର୍ଯ୍ୟକ୍ରମ ରହିଛି । ରାହୁଲଙ୍କ ଗସ୍ତକୁ ନେଇ କଂଗ୍ରେସ ଜୋରଦାର ପ୍ରସ୍ତୁତି ଚଳାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା