Masthead

ମେ’ ୭ରେ ତୃତୀୟ ପର୍ଯ୍ୟାୟ ଲୋକସଭା ନିର୍ବାଚନ, ଆଜି ଶେଷ ହେଉଛି ପ୍ରଚାର

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ନିର୍ବାଚନ ପ୍ରଚାରରେ କମ୍ପୁଛି ମଇଦାନ । ଆଜି ସରୁଛି ଦେଶର ତୃତୀୟ ପର୍ଯ୍ୟାୟ ଭୋଟ ପାଇଁ ପ୍ରଚାର । ଆସନ୍ତା ୭ ତାରିଖରେ ଦେଶରେ ତୃତୀୟ ପର୍ଯ୍ୟାୟ ମତଦାନ । ୧୨ ରାଜ୍ୟର ୯୩ ଲୋକସଭା ଆସନରେ ହେବ ମତଦାନ । ପ୍ରଚାରରେ ଲାଗିପଡ଼ିଛନ୍ତି ବିଜେପି, କଂଗ୍ରେସ ସହ ବିଭିନ୍ନ ଦଳର ପ୍ରାର୍ଥୀ । ତୃତୀୟ ପର୍ଯ୍ୟାୟରେ ଆସାମ, ବିହାର, ଛତିଶଗଡ, ଦାଦ୍ରା ଓ ନଗର ହାବେଳି ଏବଂ ଡାମନ ଓ ଡିଉ, ଗୋଆ, ଗୁଜରାଟ, ଜମ୍ମୁ-କାଶ୍ମୀର, କର୍ଣ୍ଣାଟକ, ମଧ୍ୟପ୍ରଦେଶ, ମହାରାଷ୍ଟ୍ର, ଉତ୍ତରପ୍ରଦେଶ ଓ ପଶ୍ଚିମବଙ୍ଗରେ ମତଦାନ ଅନୁଷ୍ଠିତ ହେବ ।

ଏହି ପର୍ଯ୍ୟାୟରେ ଅନେକ ହେଭିୱେଟଙ୍କ ଭାଗ୍ୟ ନିର୍ଦ୍ଧାରଣ ହେବ । ଗୃହମନ୍ତ୍ରୀ ଅମିତ ଶାହ, କେନ୍ଦ୍ରମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ, ଶିବରାଜ ସିଂହ ଚୌହ୍ୱାନ, ସୁପ୍ରିୟା ସୁଲେ ଓ ଡିମ୍ପଲ ଯାଦବଙ୍କ ପରି ହେଭିୱେଟଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ଭୋଟର । ଗୁଜରାଟ ଗାନ୍ଧୀନଗରରୁ ଲଢୁଛନ୍ତି ଗୃହମନ୍ତ୍ରୀ ଅମିତ ଶାହ । ଦ୍ୱିତୀୟ ଥର ପାଇଁ ଶାହ ଏହି ଆସନରେ ନିଜର ଭାଗ୍ୟ ପରୀକ୍ଷା କରୁଛନ୍ତି । ସେହିପରି ଗୁନା ଲୋକସଭା ଆସନରୁ ପ୍ରାର୍ଥୀ ହୋଇଛନ୍ତି ଜ୍ୟୋତିରାଦିତ୍ୟ ସିନ୍ଧିଆ । ବିଦିଶା ଆସନରୁ ନିର୍ବାଚନ ଲଢୁଛନ୍ତି ଶିବରାଜ ସିଂହ ଚୌହ୍ୱାନ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି