Masthead

ମେ’ ୭ରେ ତୃତୀୟ ପର୍ଯ୍ୟାୟ ଲୋକସଭା ନିର୍ବାଚନ, ଆଜି ଶେଷ ହେଉଛି ପ୍ରଚାର

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ନିର୍ବାଚନ ପ୍ରଚାରରେ କମ୍ପୁଛି ମଇଦାନ । ଆଜି ସରୁଛି ଦେଶର ତୃତୀୟ ପର୍ଯ୍ୟାୟ ଭୋଟ ପାଇଁ ପ୍ରଚାର । ଆସନ୍ତା ୭ ତାରିଖରେ ଦେଶରେ ତୃତୀୟ ପର୍ଯ୍ୟାୟ ମତଦାନ । ୧୨ ରାଜ୍ୟର ୯୩ ଲୋକସଭା ଆସନରେ ହେବ ମତଦାନ । ପ୍ରଚାରରେ ଲାଗିପଡ଼ିଛନ୍ତି ବିଜେପି, କଂଗ୍ରେସ ସହ ବିଭିନ୍ନ ଦଳର ପ୍ରାର୍ଥୀ । ତୃତୀୟ ପର୍ଯ୍ୟାୟରେ ଆସାମ, ବିହାର, ଛତିଶଗଡ, ଦାଦ୍ରା ଓ ନଗର ହାବେଳି ଏବଂ ଡାମନ ଓ ଡିଉ, ଗୋଆ, ଗୁଜରାଟ, ଜମ୍ମୁ-କାଶ୍ମୀର, କର୍ଣ୍ଣାଟକ, ମଧ୍ୟପ୍ରଦେଶ, ମହାରାଷ୍ଟ୍ର, ଉତ୍ତରପ୍ରଦେଶ ଓ ପଶ୍ଚିମବଙ୍ଗରେ ମତଦାନ ଅନୁଷ୍ଠିତ ହେବ ।

ଏହି ପର୍ଯ୍ୟାୟରେ ଅନେକ ହେଭିୱେଟଙ୍କ ଭାଗ୍ୟ ନିର୍ଦ୍ଧାରଣ ହେବ । ଗୃହମନ୍ତ୍ରୀ ଅମିତ ଶାହ, କେନ୍ଦ୍ରମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ, ଶିବରାଜ ସିଂହ ଚୌହ୍ୱାନ, ସୁପ୍ରିୟା ସୁଲେ ଓ ଡିମ୍ପଲ ଯାଦବଙ୍କ ପରି ହେଭିୱେଟଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ଭୋଟର । ଗୁଜରାଟ ଗାନ୍ଧୀନଗରରୁ ଲଢୁଛନ୍ତି ଗୃହମନ୍ତ୍ରୀ ଅମିତ ଶାହ । ଦ୍ୱିତୀୟ ଥର ପାଇଁ ଶାହ ଏହି ଆସନରେ ନିଜର ଭାଗ୍ୟ ପରୀକ୍ଷା କରୁଛନ୍ତି । ସେହିପରି ଗୁନା ଲୋକସଭା ଆସନରୁ ପ୍ରାର୍ଥୀ ହୋଇଛନ୍ତି ଜ୍ୟୋତିରାଦିତ୍ୟ ସିନ୍ଧିଆ । ବିଦିଶା ଆସନରୁ ନିର୍ବାଚନ ଲଢୁଛନ୍ତି ଶିବରାଜ ସିଂହ ଚୌହ୍ୱାନ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଟିବ ହିତାଧିକାରିଙ୍କ ରାସନ କାର୍ଡ 🔴 ସୁଧୁରିବାରେ ଲାଗିଛି ଭାରତ-ଚୀନ ସମ୍ପର୍କ 🔴 ଗଣତନ୍ତ୍ରର ସବୁଠାରୁ ବଡ଼ ମନ୍ଦିରରେ AI 🔴 ମହାକାଶରୁ ଫେରିଲେ ଶୁଭ୍ରାଂଶୁ ଶୁକ୍ଳା 🔴 ସୌମ୍ୟାଶ୍ରୀ ବିଶିଙ୍କ ମୃତ୍ୟୁ, ପରିବାରକୁ ୨୦ ଲକ୍ଷର ସହାୟତା ଘୋଷଣା 🔴 ୧୭ ତାରିଖରେ ଓଡ଼ିଶା ବନ୍ଦ ଡାକରା 🔴 ଜୀବନ ଯୁଦ୍ଧରେ ହାରିଗଲେ ସୌମ୍ୟାଶ୍ରୀ 🔴 ପରିବା ମାର୍କେଟରେ ଲାଗିଲା ନିଆଁ 🔴 ଜୀବିତ ରୋଗୀକୁ ମାରିଦେଲା ଘରୋଇ ହସ୍ପିଟାଲ 🔴 ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ ଘଟଣା, ତଦନ୍ତ କରି ଫେରିଲେ ତିନିଜଣିଆ କମିଟି 🔴 କଟିବ ହିତାଧିକାରିଙ୍କ ରାସନ କାର୍ଡ 🔴 ସୁଧୁରିବାରେ ଲାଗିଛି ଭାରତ-ଚୀନ ସମ୍ପର୍କ 🔴 ଗଣତନ୍ତ୍ରର ସବୁଠାରୁ ବଡ଼ ମନ୍ଦିରରେ AI 🔴 ମହାକାଶରୁ ଫେରିଲେ ଶୁଭ୍ରାଂଶୁ ଶୁକ୍ଳା 🔴 ସୌମ୍ୟାଶ୍ରୀ ବିଶିଙ୍କ ମୃତ୍ୟୁ, ପରିବାରକୁ ୨୦ ଲକ୍ଷର ସହାୟତା ଘୋଷଣା 🔴 ୧୭ ତାରିଖରେ ଓଡ଼ିଶା ବନ୍ଦ ଡାକରା 🔴 ଜୀବନ ଯୁଦ୍ଧରେ ହାରିଗଲେ ସୌମ୍ୟାଶ୍ରୀ 🔴 ପରିବା ମାର୍କେଟରେ ଲାଗିଲା ନିଆଁ 🔴 ଜୀବିତ ରୋଗୀକୁ ମାରିଦେଲା ଘରୋଇ ହସ୍ପିଟାଲ 🔴 ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ ଘଟଣା, ତଦନ୍ତ କରି ଫେରିଲେ ତିନିଜଣିଆ କମିଟି