Masthead

ବାତ୍ୟା ପାଇଁ ଡାକ୍ତରଙ୍କ ଛୁଟି ବାତିଲ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଅବପାତରେ ପରିଣତ ହେଲା ଲଘୁଚାପ । ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଅବପାତରେ ପରିଣତ । ପାରାଦୀପ ଠାରୁ ୭୩୦ କିମି ଦୂରରେ କେନ୍ଦ୍ରୀଭୂତ । ଆସନ୍ତାକାଲି ସୁଦ୍ଧା ବାତ୍ୟାର ରୂପ ନେବ । ୨୪ରେ ଭୀଷଣ ବାତ୍ୟା ରୂପ ନେଇ ଉପକୂଳ ଅତିକ୍ରମ କରିବ । ଓଡ଼ିଶା ଏବଂ ପଶ୍ଚିମବଙ୍ଗ ଉପକୂଳ ଦେଇ ଅତିକ୍ରମ କରିବ । ପୁରୀ ଏବଂ ସାଗରଦ୍ୱୀପ ମଧ୍ୟରେ ଉପକୂଳ ଅତିକ୍ରମ କରିବ । ୨୪ ରାତି କିମ୍ବା ୨୫ ସକାଳେ ଉପକୂଳ ଅତିକ୍ରମ କରିବ ।

ପବନର ବେଗ ୧୦୦ରୁ ୧୧୦ ମଧ୍ୟରେ ରହିବ । ଝଟକା ପବନର ବେଗ ସର୍ବାଧିକ ୧୨୦ ରହିବ । ସେପଟେ ବାତ୍ୟା ମୁକାବିଲା ପାଇଁ ସ୍ୱାସ୍ଥ୍ୟ ବିଭାଗର ପ୍ରସ୍ତୁତି । ପର୍ଯ୍ୟାପ୍ତ ପରିମାଣର ଔଷଧ ରଖିବାକୁ ନିର୍ଦ୍ଦେଶ । ଖୋଲିବ ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍ । ସେପଟେ, ଏମକେସିଜିରେ ଡାକ୍ତର ଓ କର୍ମଚାରୀଙ୍କ ଛୁଟି ବାତିଲ । ସମ୍ଭାବ୍ୟ ବାତ୍ୟା ଓ ବାତ୍ୟା ପରବର୍ତ୍ତି ସ୍ଥିତିର ମୁକାବିଲା ପାଇଁ ସମସ୍ତ ପ୍ରକାର ପ୍ରସ୍ତୁତି ହୋଇଛି । ସମସ୍ତଙ୍କ ପାଖରେ କିଭଳି ସ୍ୱାସ୍ଥ୍ୟସେବା ପହଞ୍ଚିବ ସେଥିପ୍ରତି ସ୍ୱାସ୍ଥ୍ୟବିଭାଗ ପକ୍ଷରୁ ଗୁରୁତ୍ୱ ଦିଆଯାଇଛି ।

ବାତ୍ୟାକୁ ଦୃଷ୍ଟିରେ ରଖି ଏମକେସିଜି ମେଡିକାଲ କଲେଜର ସମସ୍ତ ଡାକ୍ତର ଓ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି । ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ରଣନୀତି ପ୍ରସ୍ତୁତ କରାଯାଇଥିବା ବେଳେ ସବୁଠି ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍ ଖୋଲିବାକୁ କୁହାଯାଇଛି । ସମସ୍ତ ଚିକିତ୍ସାଳୟରେ ପର୍ଯ୍ୟାପ୍ତ ପରିମାଣର ଔଷଧ, ଓଆରଏସ ଓ ଅନ୍ୟ ସମସ୍ତ ଅତ୍ୟାବଶକୀୟ ସାମଗ୍ରୀ ମହଜୁଦ ରଖିବାକୁ ନିର୍ଦ୍ଦେଶ ରହିଛି । ସ୍ବତନ୍ତ୍ର ବେଡରୁ ନେଇ ଅକ୍ସିଜେନ୍ ମହଜୁଦ ରଖିବାକୁ କୁହାଯାଇଛି । ଯେଉଁଠି ଔଷଧ ମହଜୁଦ ନାହିଁ ବା ଅଧିକ ଓୗଷଧର ଆବଶ୍ୟକତା ରହିଛି ତୁରନ୍ତ ବିଭାଗକୁ ଜଣାଇବାକୁ କୁହାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼