ପଇଡ଼ ବୋଝେଇ ଟ୍ରକରୁ ଗଞ୍ଜେଇ ଜବତ

ଲମତାପୁଟ (ବଡ଼ ଖବର ବ୍ୟୁରୋ): ପଇଡ ବୋଝେଇ ଟ୍ରକ ଭିତରେ ଗଞ୍ଜେଇ ଚୋରା ଚାଲଣ ବେଳେ ଧରିଲା ଲମତାପୁଟ ପୋଲିସ । କୋରାପୁଟ ଏସପିଙ୍କ ନିର୍ଦ୍ଦେଶ କ୍ରମେ ଏସଡିପିଓଙ୍କ ନେତୃତ୍ଵରେ ମାଛକୁଣ୍ଡ ,ଲମତାପୁଟ ଏବଂ ଜଲାପୁଟର ୪ଜଣିଆ ପୋଲିସ ଟିମ୍ ଗଠନ କରି କଞ୍ଚଣା ଗ୍ରାମ ନିକଟରେ ନାକାବନ୍ଦୀ କରିଥିଲା ପୋଲିସ । ସଗର ଅଞ୍ଚଳରୁ ଏକ ଦ୍ରୁତ ଗତିରେ ଆସୁଥିବା ଟ୍ରକକୁ ଅଟକାଇ ଥିଲା ପୋଲିସ୍ ।

ଟ୍ରକ ଡାଲାରେ ପଇଡ ବୋଝେଇ ହୋଇଥିବା ଦେଖି ପୋଲିସ କେବଳ ଗାଡ଼ି ଯାଞ୍ଚ କରି ଛାଡ଼ି ଦେଉଥିଲା । କିନ୍ତୁ ଗାଡ଼ି ନମ୍ବର ମେଳ ଖାଉଥିବାରୁ ଟ୍ରକ କୁ ତନ ତନ କରି ଯାଞ୍ଚ କରିଥିଲା ପୋଲିସ । ପଇଡକୁ ବାହାର କରିବାରୁ ଏଥିରୁ ବିପୁଳ ପରିମାଣ ଗଂଜେଇ ଜବତ କରିଥିଲା । ଗାଡ଼ିରେ ଥିବା ଦୁଇ ମାଫିଆଙ୍କୁ ମଧ୍ୟ କାବୁ କରିଥିଲା ପୋଲିସ୍ ।

କ ଡାଲାରୁ ୨୮ଟି ବସ୍ତାରେ ପ୍ରାୟ ୭ କୁଇଁଣ୍ଟାଲ ଗଂଜେଇ ଜବତ କରାଯାଇଥିଲା । ଯାହାର ଆନୁମାନିକ ମୂଲ୍ୟ ପ୍ରାୟ ୭୦ଲକ୍ଷ ଟଙ୍କା ହେବ ବୋଲି ଜଣାପଡ଼ିଛି । ଗିରଫ ଯୁବକମାନେ ହେଲେ ଗାଡିମାଲିକ ଗଜେନ୍ଦ୍ର ତିୱାରୀ ଏବଂ ହେଲ୍ପର ଶିବ ଶଙ୍କର ଚୌଧୁରୀ । ଏମାନଙ୍କ ଘର ବିହାର ଅଞ୍ଚଳର ବୋଲି ଜଣା ପଡ଼ିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’