Masthead

ରେକର୍ଡ ଭାଙ୍ଗିଲା ଭୁବନେଶ୍ୱର, ସାଢ଼େ ୨ରେ ୪୩ ଟପିଲା ତାପମାତ୍ରା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରେକର୍ଡ ଭାଙ୍ଗିଲା ଭୁବନେଶ୍ୱର । ସାଢ଼େ ୨ରେ ୪୩ ଟପିଲା ଭୂବନେଶ୍ୱର ତାପମାତ୍ରା । ଚଳିତ ସିଜିନର ଭୁବନେଶ୍ୱରରେ ସର୍ବୋଚ୍ଚ ଦିନ ତାପମାତ୍ରା ରେକର୍ଡ । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ବୈଜ୍ଞାନିକ ପକ୍ଷରୁ ସୂଚନା । ଦିନ ସାଢ଼େ ୨ଟା ସୁଦ୍ଧ ୪୩.୮ ଡିଗ୍ରୀ ସହ ରାଜଧାନୀ ଭୁବନେଶ୍ୱର ସବୁଠୁ ଉତ୍ତପ୍ତ । ବାଲେଶ୍ୱର ୪୦.୭, ଚାନ୍ଦବାଲି ୪୦.୪, କେନ୍ଦୁଝର ୩୮ ଡିଗ୍ରୀ । ବାଲେଶ୍ୱରରେ ୪୦.୭ ଡିଗ୍ରୀ, ଚାନ୍ଦବାଲିରେ ୪୦.୪ ଡିଗ୍ରୀ, କେନ୍ଦୁଝରରେ ୩୮ ଡିଗ୍ରୀ, ଗୋପାଳପୁରରେ ୩୭ ଡିଗ୍ରୀ, ସମ୍ବଲପୁରରେ ୩୬.୬ ଡିଗ୍ରୀ, ଝାରସୁଗୁଡାରେ ୩୬.୨ ଡିଗ୍ରୀ, ପାରାଦୀପରେ ୩୫.୪ ଡିଗ୍ରୀ, ହୀରାକୁଦରେ ୩୪.୮ ଡିଗ୍ରୀ ।

ରାଉରକେଲାରେ ୩୪.୪ ଓ ପୁରୀର ତାପମାତ୍ରା ୩୫ ଡିଗ୍ରୀ ରେକର୍ଡ କରାଯାଇଛି। ପୂର୍ବରୁ ଅର୍ଥାତ ଏପ୍ରିଲ ୫ ତାରିଖରେ ଭୁବନେଶ୍ୱରର ତାପମାତ୍ରା ୪୩.୫ ଡିଗ୍ରୀ ରେକର୍ଡ କରାଯାଇଥିଲା। ତା’ପରେ ଅର୍ଥତ ଗତ୧୮ ତାରିଖରେ ଭୁବନେଶ୍ୱରରେ ସର୍ବାଧିକ ତାପମାତ୍ରା ୪୩.୬ ଡିଗ୍ରୀ ରେକର୍ଡ କରାଯାଇଥିଲା। ଆଜି ଦିନ ସାଢ଼େ ୨ଟାରେ ସବୁ ରେକର୍ଡକୁ ଭାଙ୍ଗିଛି ଭୁବନେଶ୍ୱର। ଅସମ୍ଭାଳ ତାତି ଯୋଗୁ ଅସ୍ତବ୍ୟସ୍ତ ଜୀବନ ଯାତ୍ରା। ଶୂନ୍‌ଶାନ୍‌ ହୋଇଛି ଭୁବନେଶ୍ୱରର ରାଜରାସ୍ତା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’