ଫିରିଙ୍ଗିଆ ପୂର୍ବତନ ଥାନାଧିକାରୀ ଓ ଦୁଇ ହୋମଗାର୍ଡଙ୍କ ବିରୁଦ୍ଧରେ ମାମଲା ରୁଜୁ

ବାଲିଗୁଡ଼ା (ବଡ଼ ଖବର ବ୍ୟୁରୋ): ଫିରିଙ୍ଗିଆ ଥାନା ଗାଡିରେ ଗଞ୍ଜେଇ ଚୋରା ଚାଲାଣ କରାଯାଉଥିବା ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବା ଓ ଏଥିରେ ପୂର୍ବତନ ଥାନା ଅଧିକାରୀଙ୍କ ସଂପୃକ୍ତିକୁ ନେଇ ଅଭିଯୋଗର କାର୍ଯ୍ୟାନୁଷ୍ଠାନ ଦାବିରେ ରାସ୍ତା ରୋକ ଓ ପରେ ଥାନା ପୋଡ଼ାଜଳା ଓ ଭଙ୍ଗାରୁଜା ହୋଇଥଲା । ଆଉ ସେହି ମାମଲାରେ ପୂର୍ବତନ ଥାନା ଅଧିକାରୀ ତପନ କୁମାର ନାହାକ, ହୋମଗାର୍ଡ ପ୍ରଶାନ୍ତ କୁମାର ପାତ୍ର ଓ ରବୀନ୍ଦ୍ର ନାୟକଙ୍କ ବିରୁଦ୍ଧରେ ମାମଲା ରୁଜ୍ଜୁ ହୋଇଛି । ଏହି ମାମଲାରେ ପୂର୍ବରୁ ହୋମଗାର୍ଡ ଦୁଇଜଣଙ୍କୁ ଚାକିରିରୁ ବହିଷ୍କୃତ କରାଯାଇଥିବା ବେଳେ ଥାନା ଅଧିକାରୀ ତପନ କୁମାର ନାହାକ ଙ୍କୁ ପ୍ରଥମେ ଜିଲ୍ଲା ମୁଖ୍ୟାଳୟକୁ ବଦଳୀ କରାଯାଇଥିଲା ଓ ପରେ କାଯ୍ୟରୁ ନିଲମ୍ବନ କରାଯାଇଥିଲା । ଏବେ ଏହି ମାମଲାର ତଦନ୍ତ ଡିଏସପି ହୋମ ଗାର୍ଡ ଏ କେ ନାୟକ କରିବେ ବୋଲି କୁହାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’