ବିଧାୟକ ରାଜେନ୍ଦ୍ର କୁମାର ସାହୁଙ୍କ ନାଁରେ ଖୋର୍ଦ୍ଧା କୋର୍ଟରେ ମାମଲା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଡ଼ୁଆରେ ବେଗୁନିଆ ବିଧାୟକ । ବିଧାୟକ ରାଜେନ୍ଦ୍ର କୁମାର ସାହୁଙ୍କ ନାଁରେ ଖୋର୍ଦ୍ଧା କୋର୍ଟରେ ମାମଲା । ଜାଲ ପ୍ରମାଣପତ୍ର ଦାଖଲ କରିଥିବା ନେଇ କୋର୍ଟରେ ମାମଲା ହୋଇଛି । ପ୍ୟାନ କାର୍ଡ ମାଟ୍ରିକ ସାର୍ଟିଫିକେରେ ଜନ୍ମ ତାରିଖ ଠିକ ନଥିବା ଅଭିଯୋଗ ହୋଇଛି । ଆଦର୍ଶ ଥାନା ଅଧୀନ ୧୫ ନଂ ୱାର୍ଡର ଡାକ୍ତରଲାଇନ ସ୍ଥିତ ଉପେନ୍ଦ୍ର କୁମାର ରାଉତରାୟ ବିଧାୟକଙ୍କ ବିରୋଧରେ ଏଭଳି ଅଭିଯୋଗ ଆଣିଛନ୍ତି । ଉପେନ୍ଦ୍ର ଅଭିଯୋଗରେ ଦର୍ଶାଇଛନ୍ତି, ଗତ ନିର୍ବାଚନ ସମୟରେ ଉପଜିଲ୍ଲାପାଳ ତଥା ରିଟର୍ଣ୍ଣିଂ ଅଫିସର ନିକଟରେ ବିଧାୟକ ଦାଖଲ କରିଥିବା ମାଟ୍ରିକ ସାର୍ଟିଫିକେଟ ଏବଂ ଅନ୍ୟାନ୍ୟ କାଗଜପତ୍ରରେ ତ୍ରୁଟି ରହିଛି ଏ ନେଇ ଖୋର୍ଦ୍ଧା ଏସଡିଜେଏମଙ୍କ କୋର୍ଟରେ ମାମଲା ରୁଜୁ ହୋଇଛି । ସେପଟେ ଏ ବିଷୟରେ ବିଧାୟକଙ୍କ ପ୍ରତିକ୍ରିୟା ମିଳିପାରିନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’