Masthead

ପୂର୍ବତନ ବିଧାୟକ ପ୍ରୀତିରଞ୍ଜନ ଘଡ଼େଇଙ୍କ ନାଁରେ ମାମଲା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସୁକିନ୍ଦାର ପୂର୍ବତନ ବିଧାୟକଙ୍କ ନାଁରେ ଥାନାରେ ମାମଲା । ପୂର୍ବତନ ବିଧାୟକ ପ୍ରୀତିରଞ୍ଜନ ଘଡ଼େଇଙ୍କ ନାଁରେ ମାମଲା । ଯାଜପୁର କଳିଙ୍ଗନଗର ଥାନାରେ ମାମଲା ରୁଜ୍ଜୁ । ରାସ୍ତା ଅବରୋଧ, ପୋଲିସକୁ ଦୁର୍ବ୍ୟବହାର ଅଭିଯୋଗରେ ମାମଲା । ଯାଜପୁର ଜିଲ୍ଲା ଦାନଗଦୀ-ଡୁବୁରି ରାସ୍ତାର ସିଆରିଆ ମସଜିଦ ନିକଟରେ ଗତକାଲି ଅପରାହ୍‌ଣରେ ଏକ ବାଇକ୍‌କୁ ବସ୍‌ ଧକ୍କା ଦେବାରୁ ଘଟଣାସ୍ଥଳରେ ସୁକିନ୍ଦା ଥାନା ଅଧୀନ ବନ୍ଧଗାଁ ପଞ୍ଚାୟତ ନଟିସାହିର ଅଭିମନୁ ମହାନ୍ତଙ୍କ ମୃତ୍ୟୁ ଘଟିଥିଲା ଏବଂ ସୁକିନ୍ଦା ଥାନା ରଙ୍କିଆ ଗାଁର ଲକ୍ଷ୍ମୀଧର ମହାକୁଡ଼ ଆହତ ହୋଇଥିଲେ । ଦୁର୍ଘଟଣା ପରେ କ୍ଷତିପୂରଣ ଦାବିରେ ରାସ୍ତାରୋକ ହୋଇଥିଲା ।

ପୁଲିସ ଓ ସରକାରୀ ଅଧିକାରୀଙ୍କୁ ଗାଳିଗୁଲଜ କରିବା, ଗାଡ଼ି ଜାାଳିଦେବା ପାଇଁ ଧମକ ଦେବା, ରାସ୍ତାରୋକ କରିବା ଏବଂ ଆଇନଶୃଙ୍ଖଳା ବିଗାଡ଼ିବା ପାଇଁ ଲୋକଙ୍କୁ ଉସକାଇବା ଅଭିଯୋଗରେ ପୂର୍ବତନ ମନ୍ତ୍ରୀ ପ୍ରୀତିରଞ୍ଜନ ଘଡ଼ାଇ (ଡାନି)ଙ୍କ ସମେତ ୭ଜଣଙ୍କ ନାମରେ ମାମଲା ରୁଜୁ ହୋଇଛି । କଳିଙ୍ଗନଗର ଥାନା ଅଧିକାରୀ ପ୍ରକାଶ କୁମାର ସାହୁଙ୍କ ଏତଲା ଆଧାରରେ କଳିଙ୍ଗନଗର ଥାନାରେ ମନ୍ତ୍ରୀ ପ୍ରୀତିରଞ୍ଜନ ଘଡ଼ାଇ, ମନୋରଂଜନ ହାଇବ୍ରୁ, ଟୁକୁ ସାହୁ, ସୁଦାମ ପହି, ସାଗର ଧୀର, ଜଟିଆ ପାତ୍ର, ମିଞ୍ଜା ପାତ୍ରଙ୍କ ନାମରେ ମାମଲା ରୁଜୁ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ