Masthead

ପୂର୍ବତନ ବିଧାୟକ ପ୍ରୀତିରଞ୍ଜନ ଘଡ଼େଇଙ୍କ ନାଁରେ ମାମଲା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସୁକିନ୍ଦାର ପୂର୍ବତନ ବିଧାୟକଙ୍କ ନାଁରେ ଥାନାରେ ମାମଲା । ପୂର୍ବତନ ବିଧାୟକ ପ୍ରୀତିରଞ୍ଜନ ଘଡ଼େଇଙ୍କ ନାଁରେ ମାମଲା । ଯାଜପୁର କଳିଙ୍ଗନଗର ଥାନାରେ ମାମଲା ରୁଜ୍ଜୁ । ରାସ୍ତା ଅବରୋଧ, ପୋଲିସକୁ ଦୁର୍ବ୍ୟବହାର ଅଭିଯୋଗରେ ମାମଲା । ଯାଜପୁର ଜିଲ୍ଲା ଦାନଗଦୀ-ଡୁବୁରି ରାସ୍ତାର ସିଆରିଆ ମସଜିଦ ନିକଟରେ ଗତକାଲି ଅପରାହ୍‌ଣରେ ଏକ ବାଇକ୍‌କୁ ବସ୍‌ ଧକ୍କା ଦେବାରୁ ଘଟଣାସ୍ଥଳରେ ସୁକିନ୍ଦା ଥାନା ଅଧୀନ ବନ୍ଧଗାଁ ପଞ୍ଚାୟତ ନଟିସାହିର ଅଭିମନୁ ମହାନ୍ତଙ୍କ ମୃତ୍ୟୁ ଘଟିଥିଲା ଏବଂ ସୁକିନ୍ଦା ଥାନା ରଙ୍କିଆ ଗାଁର ଲକ୍ଷ୍ମୀଧର ମହାକୁଡ଼ ଆହତ ହୋଇଥିଲେ । ଦୁର୍ଘଟଣା ପରେ କ୍ଷତିପୂରଣ ଦାବିରେ ରାସ୍ତାରୋକ ହୋଇଥିଲା ।

ପୁଲିସ ଓ ସରକାରୀ ଅଧିକାରୀଙ୍କୁ ଗାଳିଗୁଲଜ କରିବା, ଗାଡ଼ି ଜାାଳିଦେବା ପାଇଁ ଧମକ ଦେବା, ରାସ୍ତାରୋକ କରିବା ଏବଂ ଆଇନଶୃଙ୍ଖଳା ବିଗାଡ଼ିବା ପାଇଁ ଲୋକଙ୍କୁ ଉସକାଇବା ଅଭିଯୋଗରେ ପୂର୍ବତନ ମନ୍ତ୍ରୀ ପ୍ରୀତିରଞ୍ଜନ ଘଡ଼ାଇ (ଡାନି)ଙ୍କ ସମେତ ୭ଜଣଙ୍କ ନାମରେ ମାମଲା ରୁଜୁ ହୋଇଛି । କଳିଙ୍ଗନଗର ଥାନା ଅଧିକାରୀ ପ୍ରକାଶ କୁମାର ସାହୁଙ୍କ ଏତଲା ଆଧାରରେ କଳିଙ୍ଗନଗର ଥାନାରେ ମନ୍ତ୍ରୀ ପ୍ରୀତିରଞ୍ଜନ ଘଡ଼ାଇ, ମନୋରଂଜନ ହାଇବ୍ରୁ, ଟୁକୁ ସାହୁ, ସୁଦାମ ପହି, ସାଗର ଧୀର, ଜଟିଆ ପାତ୍ର, ମିଞ୍ଜା ପାତ୍ରଙ୍କ ନାମରେ ମାମଲା ରୁଜୁ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ