Masthead

୭୮ ମନ୍ତ୍ରୀରୁ ୩୩ ଦାଗି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିକଟରେ ସମ୍ପ୍ରସାରିତ କରିଥିବା କ୍ୟାବିନେଟରେ ୪୨ ପ୍ରତିଶତ ମନ୍ତ୍ରୀଙ୍କ ନାଁ ରେ ଅପରାଧିକ ମାମଲା ରହିଥିବା ଜଣାପଡିଛି । ବୁଧବାର ପ୍ରଧାନମନ୍ତ୍ରୀ ତାଙ୍କ ମନ୍ତ୍ରିମଣ୍ଡଳରେ ୩୬ ନୂଆ ମୁହଁକୁ ସାମିଲ କରିବା ପରେ ମୋଟ ମନ୍ତ୍ରୀ ସଂଖ୍ୟା ୭୮ରେ ପହଞ୍ଚିଛି । ସେମାନଙ୍କ ମଧ୍ୟରୁ ୩୩ ଜଣଙ୍କ ନାଁରେ ଅପରାଧିକ ମାମଲା ରହିଛି ।

୨୪ ମନ୍ତ୍ରୀଙ୍କ ନାଁରେ ହତ୍ୟା, ହତ୍ୟା ଉଦ୍ୟମ, ଡକାୟତି ଭଳି ସଙ୍ଗୀନ ମାମଲା ରହିଥିବା ନିର୍ବାଚନୀ ସଂସ୍କାର କ୍ଷେତ୍ରରେ କାର୍ଯ୍ୟରତ ସଂଗଠନ ଆସୋସିଏଶନ ଫର୍ ଡେମୋକ୍ରାଟିକ୍ ରିଫର୍ମସ୍ ରିପୋର୍ଟରେ ପ୍ରକାଶ ପାଇଛି । ନିର୍ବାଚନ କମିଶନଙ୍କ ନିକଟରେ ପ୍ରାର୍ଥୀମାନେ ଦାଖଲ କରିଥିବା ସତ୍ୟପାଠ ଆଧାରରେ ଏହି ରିପୋର୍ଟ ପ୍ରସ୍ତୁତ ହୋଇଛି । କ୍ୟାବିନେଟ ସମ୍ପ୍ରସାରଣ ପରେ ମନ୍ତ୍ରୀଙ୍କ ନାଁରେ ଅପରାଧ ମାମଲା ପୂର୍ବାପେକ୍ଷା ୩ ପ୍ରତିଶତ ବଢିଛି । ପୂର୍ବରୁ ଥିବା ୫୬ ମନ୍ତ୍ରୀଙ୍କ ମଧ୍ୟରୁ ୩୯ ପ୍ରତିଶତଙ୍କ ବିରୋଧରେ ଅପରାଧ ମାମଲା ରହିଥିଲା ।

ଉକ୍ତ ରିପୋର୍ଟ ଅନୁସାରେ, କେନ୍ଦ୍ର କ୍ୟାବିନେଟର ୭୦ ମନ୍ତ୍ରୀ କୋଟିପତି । ସେମାନଙ୍କ ମଧ୍ୟରେ ଜ୍ୟୋତିରାଦିତ୍ୟ ସିନ୍ଧିଆ ସବୁଠୁ ଧନୀ ହୋଇଥିବା ବେଳେ ତାଙ୍କ ସମ୍ପତ୍ତି ପରିମାଣ ୩୭୯ କୋଟି ଟଙ୍କା ବୋଲି ଦର୍ଶାଯାଇଛି । ଅନ୍ୟମାନଙ୍କ ମଧ୍ୟରେ ପୀୟୂଷ ଗୋୟଲଙ୍କ ସମ୍ପତ୍ତି ୯୫ କୋଟି ହୋଇଥିବା ବେଳେ ନାରାୟଣ ରାଣେଙ୍କ ୮୭ କୋଟି ଏବଂ ରାଜୀବ ଚନ୍ଦ୍ରଶେଖରଙ୍କ ସମ୍ପତ୍ତି ପରିମାଣ ୬୪କୋଟି ଟଙ୍କା । ତେବେ ମନ୍ତ୍ରୀମାନଙ୍କ ହାରାହାରି ସମ୍ପତ୍ତି ପରିମାଣ ୧୬.୨୪ କୋଟି ଟଙ୍କା ବୋଲି ରିପୋର୍ଟରେ ଦର୍ଶାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 “ଅପରେସନ ହନିମୁନ”କୁ ମୁଖ୍ୟମନ୍ତ୍ରୀଙ୍କ ପୂର୍ଣସମର୍ଥନ! 🔴 ମୋହନ ସରକାରଙ୍କୁ ପୂରିଲା ବର୍ଷେ 🔴 ଆଜିଠୁ କମିବ ତାତି, ବଢ଼ିବ ବର୍ଷା 🔴 ସ୍ନାନପୂର୍ଣ୍ଣିମାରେ ଶ୍ରୀକ୍ଷେତ୍ରରେ ଗଡିଲା ମୁଣ୍ଡ 🔴 ମହାବାହୁଙ୍କ କ୍ଷଣିକ ଦର୍ଶନ ଖେଳାଇବ ଶିହରଣ 🔴 ‘୨୪ ବର୍ଷ ନୁହେଁ ୨୪ ମିନିଟ୍‌ ଯଥେଷ୍ଟ’ 🔴 ସରହଦରେ ରାସ୍ତା ପାଇଁ କଟା ଯିବ ଜଙ୍ଗଲ 🔴 ନବୀନଙ୍କୁ ନବରଙ୍ଗପୁର ଜିଲ୍ଲାରେ ଲାଗିଲା ଧକ୍କା 🔴 ୪୫ କୋଟିର ଡ୍ରଗ୍ସ ଜବତ 🔴 ଦିନ ୨ଟା ଯାଏଁ ଜଗା ଦର୍ଶନ ବନ୍ଦ 🔴 “ଅପରେସନ ହନିମୁନ”କୁ ମୁଖ୍ୟମନ୍ତ୍ରୀଙ୍କ ପୂର୍ଣସମର୍ଥନ! 🔴 ମୋହନ ସରକାରଙ୍କୁ ପୂରିଲା ବର୍ଷେ 🔴 ଆଜିଠୁ କମିବ ତାତି, ବଢ଼ିବ ବର୍ଷା 🔴 ସ୍ନାନପୂର୍ଣ୍ଣିମାରେ ଶ୍ରୀକ୍ଷେତ୍ରରେ ଗଡିଲା ମୁଣ୍ଡ 🔴 ମହାବାହୁଙ୍କ କ୍ଷଣିକ ଦର୍ଶନ ଖେଳାଇବ ଶିହରଣ 🔴 ‘୨୪ ବର୍ଷ ନୁହେଁ ୨୪ ମିନିଟ୍‌ ଯଥେଷ୍ଟ’ 🔴 ସରହଦରେ ରାସ୍ତା ପାଇଁ କଟା ଯିବ ଜଙ୍ଗଲ 🔴 ନବୀନଙ୍କୁ ନବରଙ୍ଗପୁର ଜିଲ୍ଲାରେ ଲାଗିଲା ଧକ୍କା 🔴 ୪୫ କୋଟିର ଡ୍ରଗ୍ସ ଜବତ 🔴 ଦିନ ୨ଟା ଯାଏଁ ଜଗା ଦର୍ଶନ ବନ୍ଦ