Masthead

୭୮ ମନ୍ତ୍ରୀରୁ ୩୩ ଦାଗି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିକଟରେ ସମ୍ପ୍ରସାରିତ କରିଥିବା କ୍ୟାବିନେଟରେ ୪୨ ପ୍ରତିଶତ ମନ୍ତ୍ରୀଙ୍କ ନାଁ ରେ ଅପରାଧିକ ମାମଲା ରହିଥିବା ଜଣାପଡିଛି । ବୁଧବାର ପ୍ରଧାନମନ୍ତ୍ରୀ ତାଙ୍କ ମନ୍ତ୍ରିମଣ୍ଡଳରେ ୩୬ ନୂଆ ମୁହଁକୁ ସାମିଲ କରିବା ପରେ ମୋଟ ମନ୍ତ୍ରୀ ସଂଖ୍ୟା ୭୮ରେ ପହଞ୍ଚିଛି । ସେମାନଙ୍କ ମଧ୍ୟରୁ ୩୩ ଜଣଙ୍କ ନାଁରେ ଅପରାଧିକ ମାମଲା ରହିଛି ।

୨୪ ମନ୍ତ୍ରୀଙ୍କ ନାଁରେ ହତ୍ୟା, ହତ୍ୟା ଉଦ୍ୟମ, ଡକାୟତି ଭଳି ସଙ୍ଗୀନ ମାମଲା ରହିଥିବା ନିର୍ବାଚନୀ ସଂସ୍କାର କ୍ଷେତ୍ରରେ କାର୍ଯ୍ୟରତ ସଂଗଠନ ଆସୋସିଏଶନ ଫର୍ ଡେମୋକ୍ରାଟିକ୍ ରିଫର୍ମସ୍ ରିପୋର୍ଟରେ ପ୍ରକାଶ ପାଇଛି । ନିର୍ବାଚନ କମିଶନଙ୍କ ନିକଟରେ ପ୍ରାର୍ଥୀମାନେ ଦାଖଲ କରିଥିବା ସତ୍ୟପାଠ ଆଧାରରେ ଏହି ରିପୋର୍ଟ ପ୍ରସ୍ତୁତ ହୋଇଛି । କ୍ୟାବିନେଟ ସମ୍ପ୍ରସାରଣ ପରେ ମନ୍ତ୍ରୀଙ୍କ ନାଁରେ ଅପରାଧ ମାମଲା ପୂର୍ବାପେକ୍ଷା ୩ ପ୍ରତିଶତ ବଢିଛି । ପୂର୍ବରୁ ଥିବା ୫୬ ମନ୍ତ୍ରୀଙ୍କ ମଧ୍ୟରୁ ୩୯ ପ୍ରତିଶତଙ୍କ ବିରୋଧରେ ଅପରାଧ ମାମଲା ରହିଥିଲା ।

ଉକ୍ତ ରିପୋର୍ଟ ଅନୁସାରେ, କେନ୍ଦ୍ର କ୍ୟାବିନେଟର ୭୦ ମନ୍ତ୍ରୀ କୋଟିପତି । ସେମାନଙ୍କ ମଧ୍ୟରେ ଜ୍ୟୋତିରାଦିତ୍ୟ ସିନ୍ଧିଆ ସବୁଠୁ ଧନୀ ହୋଇଥିବା ବେଳେ ତାଙ୍କ ସମ୍ପତ୍ତି ପରିମାଣ ୩୭୯ କୋଟି ଟଙ୍କା ବୋଲି ଦର୍ଶାଯାଇଛି । ଅନ୍ୟମାନଙ୍କ ମଧ୍ୟରେ ପୀୟୂଷ ଗୋୟଲଙ୍କ ସମ୍ପତ୍ତି ୯୫ କୋଟି ହୋଇଥିବା ବେଳେ ନାରାୟଣ ରାଣେଙ୍କ ୮୭ କୋଟି ଏବଂ ରାଜୀବ ଚନ୍ଦ୍ରଶେଖରଙ୍କ ସମ୍ପତ୍ତି ପରିମାଣ ୬୪କୋଟି ଟଙ୍କା । ତେବେ ମନ୍ତ୍ରୀମାନଙ୍କ ହାରାହାରି ସମ୍ପତ୍ତି ପରିମାଣ ୧୬.୨୪ କୋଟି ଟଙ୍କା ବୋଲି ରିପୋର୍ଟରେ ଦର୍ଶାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା