Masthead

ଧର୍ମ ପରିବର୍ତ୍ତନକାରୀଙ୍କୁ ଜନଜାତି ତାଲିକାରୁ ବାଦ ଦେବାକୁ ଦାବି

କେନ୍ଦୁଝର, (ବଡ଼ ଖବର ବ୍ୟୁରୋ): ଦିନ କୁ ଦିନ ଆଦିବାସୀ ଅଧ୍ୟୁଷିତ ଜିଲ୍ଲାଗୁଡ଼ିକରେ ଧର୍ମାନ୍ତରୀକରଣ ପ୍ରକ୍ରିୟା ଜୋର ଧରିଛି। ଏହି ଜିଲ୍ଲାଗୁଡ଼ିକରେ ବିଶେଷକରି ଜନଜାତି ବର୍ଗର ଲୋକଙ୍କୁ ପ୍ରଲୋଭନ ଦେଖାଇ ଧର୍ମାନ୍ତରୀକରଣ କରାଯାଉଥିବା ଅଭିଯୋଗ ଅନେକ ବର୍ଷ ଧରି ହୋଇଆସୁଛି। ଯେଉଁ ଆଦିବାସୀ ଲୋକମାନେ ଧର୍ମାନ୍ତରିତ ହେଉଛନ୍ତି ସେମାନେ ଆଦିବାସୀ ସହ ସଂଖ୍ୟାଲଘୁ ସମ୍ପ୍ରଦାୟର ସଂରକ୍ଷଣ ବ୍ୟବହାର କରି ସରକାରଙ୍କ ଅନେକ ସୁବିଧା ନେଉଥିବା ଅଭିଯୋଗ କରିଛି ଜନଜାତି ସୁରକ୍ଷା ମଞ୍ଚ। ଏହା ଫଳରେ ସାଧାରଣ ଗରିବ ଆଦିବାସୀ ବିଭିନ୍ନ ସରକାରୀ ସୁବିଧାରୁ ବଞ୍ଚିତ ହେଉଥିବା ଅଭିଯୋଗ କରିଛି ମଞ୍ଚ। ଯେଉଁ ଆଦିବାସୀମାନେ ଧର୍ମ ପରିବର୍ତ୍ତନ କରୁଛନ୍ତି ସେମାନଙ୍କୁ ଅନୁସୂଚିତ ଜାତି ଓ ଜନଜାତି ତାଲିକାରୁ ବାଦ୍ ଦେବାକୁ ଦାବି କରିଛି ଜନଜାତି ସୁରକ୍ଷା ମଞ୍ଚ। ଏ ନେଇ ଆଜି ଜନଜାତି ସୁରକ୍ଷା ମଞ୍ଚ ପକ୍ଷରୁ ଜିଲ୍ଲାପଳଙ୍କ ଜରିଆରେ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରାଯାଇଛି। ଏହି ଦାବିକୁ ସରକାର ନ ମାନିଲେ ଆଗାମୀ ଦିନରେ ଆଦିବାସୀମାନେ ନିଜର ହକ୍ ପାଇଁ ଆନ୍ଦୋଳନକୁ ଓହ୍ଲାଇବାକୁ ଚେତାବନୀ ଦିଆଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ