Masthead

ଧର୍ମ ପରିବର୍ତ୍ତନକାରୀଙ୍କୁ ଜନଜାତି ତାଲିକାରୁ ବାଦ ଦେବାକୁ ଦାବି

କେନ୍ଦୁଝର, (ବଡ଼ ଖବର ବ୍ୟୁରୋ): ଦିନ କୁ ଦିନ ଆଦିବାସୀ ଅଧ୍ୟୁଷିତ ଜିଲ୍ଲାଗୁଡ଼ିକରେ ଧର୍ମାନ୍ତରୀକରଣ ପ୍ରକ୍ରିୟା ଜୋର ଧରିଛି। ଏହି ଜିଲ୍ଲାଗୁଡ଼ିକରେ ବିଶେଷକରି ଜନଜାତି ବର୍ଗର ଲୋକଙ୍କୁ ପ୍ରଲୋଭନ ଦେଖାଇ ଧର୍ମାନ୍ତରୀକରଣ କରାଯାଉଥିବା ଅଭିଯୋଗ ଅନେକ ବର୍ଷ ଧରି ହୋଇଆସୁଛି। ଯେଉଁ ଆଦିବାସୀ ଲୋକମାନେ ଧର୍ମାନ୍ତରିତ ହେଉଛନ୍ତି ସେମାନେ ଆଦିବାସୀ ସହ ସଂଖ୍ୟାଲଘୁ ସମ୍ପ୍ରଦାୟର ସଂରକ୍ଷଣ ବ୍ୟବହାର କରି ସରକାରଙ୍କ ଅନେକ ସୁବିଧା ନେଉଥିବା ଅଭିଯୋଗ କରିଛି ଜନଜାତି ସୁରକ୍ଷା ମଞ୍ଚ। ଏହା ଫଳରେ ସାଧାରଣ ଗରିବ ଆଦିବାସୀ ବିଭିନ୍ନ ସରକାରୀ ସୁବିଧାରୁ ବଞ୍ଚିତ ହେଉଥିବା ଅଭିଯୋଗ କରିଛି ମଞ୍ଚ। ଯେଉଁ ଆଦିବାସୀମାନେ ଧର୍ମ ପରିବର୍ତ୍ତନ କରୁଛନ୍ତି ସେମାନଙ୍କୁ ଅନୁସୂଚିତ ଜାତି ଓ ଜନଜାତି ତାଲିକାରୁ ବାଦ୍ ଦେବାକୁ ଦାବି କରିଛି ଜନଜାତି ସୁରକ୍ଷା ମଞ୍ଚ। ଏ ନେଇ ଆଜି ଜନଜାତି ସୁରକ୍ଷା ମଞ୍ଚ ପକ୍ଷରୁ ଜିଲ୍ଲାପଳଙ୍କ ଜରିଆରେ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରାଯାଇଛି। ଏହି ଦାବିକୁ ସରକାର ନ ମାନିଲେ ଆଗାମୀ ଦିନରେ ଆଦିବାସୀମାନେ ନିଜର ହକ୍ ପାଇଁ ଆନ୍ଦୋଳନକୁ ଓହ୍ଲାଇବାକୁ ଚେତାବନୀ ଦିଆଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି ଦେଶବ୍ୟାପୀ ଶ୍ରମିକ ସଙ୍ଗଠନର ‘ଭାରତ ବନ୍ଦ’ ଡାକରା 🔴 ନୀଳକନ୍ଦରକୁ ବିଜେ କଲେ ନୀଳମଣି, ଆଜିଠୁ ଭକ୍ତଙ୍କୁ ମିଳିବ ନୀଳାଚଳ ଅବଢ଼ା 🔴 ଜନ୍ମବେଦୀରେ ସରିଲା ଲୀଳାଖେଳା, ନୀଳକନ୍ଦରକୁ ଫେରିବେ ନୀଳମଣି 🔴 ରାଜ୍ୟରେ ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ 🔴 ମନମୋହନ ରିପିଟ୍ 🔴 ଗଞ୍ଜାମରେ ଡାଇରିଆ ଆତଙ୍କ 🔴 ଆଜି ଅଧରପଣା ନୀତି 🔴 ଭାଙ୍ଗିଲା ରଥ ଚକ, ଭକ୍ତଙ୍କ କାନ୍ଧରେ ଗଲେ ଜଗନ୍ନାଥ 🔴 ଖୋଲିଲା ହୀରାକୁଦ ଗେଟ୍ 🔴 ୧୨ ଘଣ୍ଟାରେ ଲଘୁଚାପ! 🔴 ଆଜି ଦେଶବ୍ୟାପୀ ଶ୍ରମିକ ସଙ୍ଗଠନର ‘ଭାରତ ବନ୍ଦ’ ଡାକରା 🔴 ନୀଳକନ୍ଦରକୁ ବିଜେ କଲେ ନୀଳମଣି, ଆଜିଠୁ ଭକ୍ତଙ୍କୁ ମିଳିବ ନୀଳାଚଳ ଅବଢ଼ା 🔴 ଜନ୍ମବେଦୀରେ ସରିଲା ଲୀଳାଖେଳା, ନୀଳକନ୍ଦରକୁ ଫେରିବେ ନୀଳମଣି 🔴 ରାଜ୍ୟରେ ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ 🔴 ମନମୋହନ ରିପିଟ୍ 🔴 ଗଞ୍ଜାମରେ ଡାଇରିଆ ଆତଙ୍କ 🔴 ଆଜି ଅଧରପଣା ନୀତି 🔴 ଭାଙ୍ଗିଲା ରଥ ଚକ, ଭକ୍ତଙ୍କ କାନ୍ଧରେ ଗଲେ ଜଗନ୍ନାଥ 🔴 ଖୋଲିଲା ହୀରାକୁଦ ଗେଟ୍ 🔴 ୧୨ ଘଣ୍ଟାରେ ଲଘୁଚାପ!