Masthead

ସିସୋଦିଆଙ୍କୁ ରିମାଣ୍ଡରେ ନେଇପାରେ ସିବିଆଇ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଆଜି କୋର୍ଟରେ ହାଜର ହେବେ ମନୀଷ ସିସୋଦିଆ । ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲାରେ ରବିବାର ଗିରଫ ହୋଇଛନ୍ତି ସିସୋଦିଆ । ଆଜି କୋର୍ଟରେ ହାଜର କରିବା ସହ ଅଧିକ ଜେରା ପାଇଁ ରିମାଣ୍ଡରେ ନେବାକୁ ଅନୁମତି ମାଗିବେ ତଦନ୍ତକାରୀ ଅଧିକାରୀ । ଦିଲ୍ଲୀ ଅବକାରୀ ନୀତି ମାମଲାରେ ଅଧିକ ଜେରା ପାଇଁ ଗତକାଲି ସିବିଆଇରେ ହାଜର ହୋଇଥିଲେ ମନୀଷ ସିସୋଦିଆ ।

ସିବିଆଇରେ ହାଜର ହେବା ପୂର୍ବରୁ ସିସୋଦିଆ ଏକ ରୋଡ ଶୋ କରିଥିଲେ । ଦୀର୍ଘ ୮ ଘଣ୍ଟାର ପଚରାଉଚରା ପରେ ତାଙ୍କୁ ଗିରଫ କରାଯାଇଛି । ପ୍ରମାଣ ନଷ୍ଟ କରିବା ଅଭିଯୋଗରେ ସିସୋଦିଆଙ୍କୁ ସିବିଆଇ ଗିରଫ କରିଛି ବୋଲି କହିଛି । ସିବିଆଇ କହିଛି, ୨୦୨୧-୨୨ ବର୍ଷ ପାଇଁ ପ୍ରସ୍ତୁତ ଅବକାରୀ ନୀତିରେ ଅନିୟମିତତା ଅଭିଯୋଗରେ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ ଏବଂ ଅନ୍ୟ ୧୪ ଜଣଙ୍କ ବିରୋଧରେ ମାମଲା ରୁଜୁ କରାଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ