Masthead

ତଦନ୍ତକୁ ନେଇ ମୁହାଁମୁହିଁ ବିଷ୍ଣପଦ-ସିବିଆଇ ଅଧିକାରୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଇଏଏସ୍ ବିଷ୍ଣୁପଦ ସେଠୀଙ୍କ ଘରେ ପଡିଛି ସିବିଆଇ ରେଡ୍ । ଆଜି ସକାଳ ୭ଟାରୁ ୮ ଜଣିଆ ସିବିଆଇ ଟିମ୍ କରୁଛି ମାରାଥନ୍ ରେଡ୍। ଟେଣ୍ଡର ଫିକ୍ସିଂରେ ବ୍ରିଜ୍ ଆଣ୍ଡ କମ୍ପାନୀକୁ ସ୍ବତନ୍ତ୍ର ଅନୁକମ୍ପା ଦେଖାଇଥିବା ଅଭିଯୋଗକରେ ବିଷ୍ଣୁପଦଙ୍କ ଘରେ ରେଡ୍ ପଡିଥିବା ସୂଚନା ରହିଛି। ସେପଟେ ରେଡ୍‌ ନେଇ ମୁହାଁମୁହିଁ ହୋଇଛନ୍ତି ବିଷ୍ଣୁପଦ ଓ ସିବିଆଇ ଅଫିସର । ଉଭୟଙ୍କ ମଧ୍ୟରେ ହୋଇଛି କଥା କଟାକଟି । ମୁହାଁମୁହିଁ ପରେ ପ୍ରତିକ୍ରିୟା ରଖିଛନ୍ତି ବିଷ୍ଣୁପଦ ସେଠୀ ।

କହିଛନ୍ତି ବ୍ରିଜ୍‌ ଆଣ୍ଡ ରୁଫ୍‌ ସହ ମୋର କିଛି ସମ୍ପର୍କ ନାହିଁ । ଚଞ୍ଚଲ ମୁଖାର୍ଜୀଙ୍କ ସହ ମଧ୍ୟ କିଛି ସମ୍ପର୍କ ନାହିଁ । ମୋର କିଛି ଦୋଷ ନାହିଁ ମୋତେ ଷଡ଼ଯନ୍ତ୍ର ପରି ଲାଗୁଛି । ମୋ ଘରେ ଜୋର ଜବରଦସ୍ତ ରେଡ୍ ଚାଲିଛି । ମହିଳା ପୋଲିସଙ୍କ ଅନୁପସ୍ଥିତିରେ ରେଡ୍‌ ଚାଲିଛି । ମୁଁ ଚାକିରିରୁ ଇସ୍ତଫା ଦେବାକୁ ପ୍ରସ୍ତୁତ ମଧ୍ୟ ପ୍ରସ୍ତୁତ ବୋଲି କହିଛନ୍ତି ବିଷ୍ଣୁପଦ । ତେବେ ବିଷ୍ଣୁପଦଙ୍କ ଭୁବନେଶ୍ବର ସ୍ଥିତ ସରକାରୀ ଭବନରେ ଚାଲିଛି । ପୂର୍ବରୁ ବିଭିନ୍ନ ପ୍ରସଙ୍ଗ ନେଇ ତାଙ୍କ ବିରୋଧରେ ଅଭିଯୋଗ ଥିବାବେଳେ ଏବେ ବ୍ରିଜ୍ ଆଣ୍ଡ୍ କମ୍ପାନୀକୁ ଅନୁକମ୍ପା ଦେଖାଇବା ଅଭିଯୋଗରେ ତନାଘନା ଚାଲିଛି । ପୂର୍ବରୁ ତାଙ୍କୁ ସବିଆଇ ପକ୍ଷରୁ ଡାକରା ଆସିଥିବାବେଳେ ସେ କିନ୍ତୁ ଯାଇ ହାଜର ହୋଇନଥିଲେ। ଏବେ ଖୋଦ୍ ସିବିଆଇ ତାଙ୍କ ଘରେ ରେଡ ପକାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ