Masthead

ଆଜିଠୁ ସିବିଏସଇ ଦଶମ ଓ ଦ୍ୱାଦଶ ପରୀକ୍ଷା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜିଠୁ ଆରମ୍ଭ ହେଉଛି କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡର ଦଶମ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷା । ସକାଳ ସାଢ଼େ ୧୦ଟାରୁ ଏକ୍ସଜାମ୍ ଆରମ୍ଭ ହେବ ।  ଦଶମ ପରୀକ୍ଷା ମାର୍ଚ୍ଚ ୧୮ ତାରିଖ ଯାଏ ଏବଂ ଦ୍ୱାଦଶ ପରୀକ୍ଷା ଆସନ୍ତା ଏପ୍ରିଲ ୪ ତାରିଖ ପର୍ଯ୍ୟନ୍ତ ହେବ । ଏଥର ସାରା ଦେଶରେ ୭, ୮୪୨ ଏବଂ ବିଦେଶରେ ୨୬ଟି ପରୀକ୍ଷା କେନ୍ଦ୍ରରେ ପ୍ରାୟ ୪୨ ଲକ୍ଷ ଛାତ୍ରଛାତ୍ରୀ ପରୀକ୍ଷା ଦେବେ । ଆଜି ପ୍ରଥମ ଦିନରେ ଦଶମ ଇଂରାଜୀ ପରୀକ୍ଷା ରହିଛି । ଦଶମ ପରୀକ୍ଷା ସୂଚୀ ଅନୁସାରେ ଆଜି ଇଂରାଜୀ, ୨୦ ତାରିଖରେ ବିଜ୍ଞାନ, ୨୨ରେ ସଂସ୍କୃତ, ୨୫ରେ ସୋସିଆଲ୍‌ ସାଇନ୍ସ, ୨୮ରେ ହିନ୍ଦୀ, ମାର୍ଚ୍ଚ ୧୦ରେ ଗଣିତ, ୧୭ରେ ଓଡ଼ିଆ ଓ ୧୮ ତାରିଖରେ କମ୍ପ୍ୟୁଟର ପରୀକ୍ଷା ରହିଛି । ସେହିପରି ଦ୍ୱାଦଶ ଶ୍ରେଣୀର ଆସନ୍ତାକାଲି ଏଣ୍ଟରପ୍ରାଇଜେସ୍‌ ରହିଛି ।

 

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ