ସିସିଟିଭି ଯାଞ୍ଚ ହୋଇନି, ନିର୍ବାଚନ ପ୍ରକ୍ରିୟା ପରେ ଯାଞ୍ଚ ହେବ :ଏସ୍ପି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ଗିରଫ ମାମଲା । ଖୋର୍ଦ୍ଧା ଏସ୍‌ପିଙ୍କ ପ୍ରତିକ୍ରିୟା । କହିଛନ୍ତି କେବଳ ପ୍ରିଜାଇଡିଂ ଅଫିସରଙ୍କ ଏତଲା ଆଧାରରେ ଗିରଫ କରାଯାଇଛି । ସିସିଟିଭି ଯାଞ୍ଚ ହୋଇନି, ନିର୍ବାଚନ ପ୍ରକ୍ରିୟା ପରେ ଯାଞ୍ଚ ହେବ । ଅନ୍ୟ କେହି ସଂପୃକ୍ତ ଥିଲେ କାର୍ଯ୍ୟାନୁଷ୍ଠାନ ନିଆଯିବ । ଗିରଫ ପୂର୍ବରୁ ସିସିଟିଭି ଯାଞ୍ଚ ପାଇଁ ଦାବି କରିଥିଲେ ଜଗଦ୍ଦେବ । ଗତକାଲି ଅପରାହ୍ନରେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବ ଏବଂ ତାଙ୍କ ପତ୍ନୀ ଭୋଟ୍ ଦେବା ପାଇଁ କାଉଁରିପାଟଣା ବୁଥରେ ପହଞ୍ଚିଥିଲେ।

ଏହାର କିଛି ସମୟ ପରେ ଇଭିଏମକୁ ଫିଙ୍ଗାଫୋପଡ଼ା କରାଯାଇଥିବା ନେଇ ଅଭିଯୋଗ ହୋଇଥିଲା। ଏହି ଘଟଣାରେ ପୋଲିସ ବେଗୁନିଆ ଠାରୁ ବିଧାୟକଙ୍କୁ ଉଠାଇ ନେଇ ଖୋର୍ଦ୍ଧା ରିଜର୍ଭ ପୋଲିସ କ୍ୟାମ୍ପସରେ ଅଟକ ରଖିଥିଲା । ତେବେ ସମ୍ପୃକ୍ତ ବୁଥର ପ୍ରିଜାଇଡିଂ ଅଫିସରଙ୍କ ଏତଲା ଆଧାରରେ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଗିରଫ କରାଯାଇଥିବା ସୂଚନା ମିଳିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’