Masthead

ସ୍ୱର୍ଗତଃ ମହମ୍ମଦ ରଫିଙ୍କ ଜୟନ୍ତୀ ପାଳନ

ସମ୍ବଲପୁର(ବଡ଼ ଖବର ବ୍ୟୁରୋ): ପ୍ରସିଦ୍ଧ ଗାୟକ ସ୍ୱର୍ଗତଃ ମହମ୍ମଦ ରଫିଙ୍କ ଜୟନ୍ତୀ ପାଳିତ ହୋଇଯାଇଛି । ସମ୍ବଲପୁରରେ ଜୱାନେ ହିନ୍ଦ କ୍ଲବ ପକ୍ଷରୁ ଏହା ପାଳନ କରାଯାଇଛି । ପ୍ରତିବର୍ଷ କ୍ଲବ ପକ୍ଷରୁ ମହମ୍ମଦ ରଫିଙ୍କ ସ୍ମୃତିରେ ସଙ୍ଗୀତ ସନ୍ଧ୍ୟା ଆୟୋଜନ କରାଯାଇ ତାଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯାଉଥିଲା । ଚଳିତବର୍ଷ କୋଭିଡ କଟକଣା ପାଇଁ ମହମ୍ମଦ ରଫିଙ୍କ ଫଟୋଚିତ୍ରରେ କ୍ଲବର ସଭ୍ୟମାନେ ମାଲ୍ୟାର୍ପଣ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ । ମହମ୍ମଦ ରଫିଙ୍କ ସ୍ମୃତିରେ ସହରର ଗରିବ ଲୋକଙ୍କୁ କମ୍ବଳ ବଣ୍ଟନ କରାଯାଇଥିଲା । କାର୍ଯ୍ୟକ୍ରମରେ ସମ୍ବଲପୁର ଜିଲ୍ଲା ଓକିଲ ସଂଘର ସଭାପତି ଡକ୍ଟର ପ୍ରମୋଦ ରଥଙ୍କ ସହ ସହରର ବହୁ ପ୍ରତିଷ୍ଠିତ ଲୋକ ଉପସ୍ଥିତ ଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ