Masthead

ସଂକ୍ରମଣ ସ୍ଥିତିକୁ ନେଇ ରାଜ୍ୟମାନଙ୍କ ସହ କେନ୍ଦ୍ର ସରକାରଙ୍କ ବୈଠକ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): କରୋନା ସଂକ୍ରମଣ ସ୍ଥିତିକୁ ନେଇ ଆଜି ରାଜ୍ୟମାନଙ୍କ ସହ କେନ୍ଦ୍ର ସରକାରଙ୍କ ବୈଠକ ଅନୁଷ୍ଠିତ ହେବ । ଆଗାମୀ ୩ ମାସ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ହୋଇଥିବାରୁ ଏନେଇ କଣ କଣ ପଦକ୍ଷେପ ନିଆଯିବ ତା’ ଉପରେ ବିସ୍ତୃତ ଆଲୋଚନା ହେବ । ପାର୍ବଣ ଗାଇଡଲାଇନକୁ କଡ଼ାକଡ଼ି ପାଳନ କରାଯିବା ସହ ଆଗାମୀ ଦିନ ପାଇଁ ନୂଆ ରୂପରେଖ ପ୍ରସ୍ତୁତ କରାଯିବ । ଡିସେମ୍ବର ମାସରେ ବାହାରକୁ ଅନେକ ଲୋକ ବୁଲିବାକୁ ଯାଇଥାନ୍ତି ।

ହେଲେ ସଂକ୍ରମଣ କମିନଥିବାରୁ ଚିନ୍ତାପ୍ରକଟ କରିବା ସହ ସମସ୍ତଙ୍କୁ ସଚେତନ ରହିବା ପାଇଁ ପରାମର୍ଶ ଦେଇଛନ୍ତି କେନ୍ଦ୍ର ସରକାର । ସେପଟେ ରାଜ୍ୟର ସଂକ୍ରମିତ ସଂଖ୍ୟା ମଧ୍ୟରୁ ଅଧାରୁ ଅଧିକ ରାଜଧାନୀ ଭୁବନେଶ୍ୱରରେ ଚିହ୍ନଟ ହେଉଛନ୍ତି । ଭୁବନେଶ୍ୱରରେ କରୋନା ସଂକ୍ରମଣ ସ୍ୱାସ୍ଥ୍ୟ ବିଭାଗର ଚିନ୍ତା ବଢ଼ାଇବାରେ ଲାଗିଛି । ପ୍ରତ୍ୟେକ ଦିନ ୨୫୦ରୁ ୩୦୦ ସଂକ୍ରମିତ ଚିହ୍ନଟ ହେଉଛନ୍ତି । ଏଥିପାଇଁ ମୁଖ୍ୟତଃ ଭୁବନେଶ୍ୱରବାସୀଙ୍କୁ ଜଗିରଖି ଚଳିବା ପାଇଁ ପରାମର୍ଶ ଦେଇଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର ।

କଟକଣା ମାନି ନଚଳିଲେ ସ୍ଥିତି ସମ୍ପୂର୍ଣ୍ଣ ବିଗିଡ଼ିପାରେ ବୋଲି ସ୍ୱାସ୍ଥ୍ୟ ବିଭାଗ କହିଛି । ଅକ୍ଟୋବର ପାର୍ବଣର ଋତୁ ହୋଇଥିବାରୁ ଏହି ସମୟରେ ଭିଡ଼ ଲାଗିରହେ । ସାମାଜିକ ଦୂରତା ରହୁନଥିବା ବେଳେ ମାସ୍କ ବ୍ୟବହାର କମ ଦେଖିବାକୁ ମିଳେ । ଏହାକୁ ନଜରରେ ରଖି କେନ୍ଦ୍ର ସରକାର ୩ ମାସ ପର୍ୟ୍ୟନ୍ତ ଅଧିକ ସଚେତନତ ରହିବାକୁ ପରାମର୍ଶ ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି