Masthead

ସଂକ୍ରମଣ ସ୍ଥିତିକୁ ନେଇ ରାଜ୍ୟମାନଙ୍କ ସହ କେନ୍ଦ୍ର ସରକାରଙ୍କ ବୈଠକ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): କରୋନା ସଂକ୍ରମଣ ସ୍ଥିତିକୁ ନେଇ ଆଜି ରାଜ୍ୟମାନଙ୍କ ସହ କେନ୍ଦ୍ର ସରକାରଙ୍କ ବୈଠକ ଅନୁଷ୍ଠିତ ହେବ । ଆଗାମୀ ୩ ମାସ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ହୋଇଥିବାରୁ ଏନେଇ କଣ କଣ ପଦକ୍ଷେପ ନିଆଯିବ ତା’ ଉପରେ ବିସ୍ତୃତ ଆଲୋଚନା ହେବ । ପାର୍ବଣ ଗାଇଡଲାଇନକୁ କଡ଼ାକଡ଼ି ପାଳନ କରାଯିବା ସହ ଆଗାମୀ ଦିନ ପାଇଁ ନୂଆ ରୂପରେଖ ପ୍ରସ୍ତୁତ କରାଯିବ । ଡିସେମ୍ବର ମାସରେ ବାହାରକୁ ଅନେକ ଲୋକ ବୁଲିବାକୁ ଯାଇଥାନ୍ତି ।

ହେଲେ ସଂକ୍ରମଣ କମିନଥିବାରୁ ଚିନ୍ତାପ୍ରକଟ କରିବା ସହ ସମସ୍ତଙ୍କୁ ସଚେତନ ରହିବା ପାଇଁ ପରାମର୍ଶ ଦେଇଛନ୍ତି କେନ୍ଦ୍ର ସରକାର । ସେପଟେ ରାଜ୍ୟର ସଂକ୍ରମିତ ସଂଖ୍ୟା ମଧ୍ୟରୁ ଅଧାରୁ ଅଧିକ ରାଜଧାନୀ ଭୁବନେଶ୍ୱରରେ ଚିହ୍ନଟ ହେଉଛନ୍ତି । ଭୁବନେଶ୍ୱରରେ କରୋନା ସଂକ୍ରମଣ ସ୍ୱାସ୍ଥ୍ୟ ବିଭାଗର ଚିନ୍ତା ବଢ଼ାଇବାରେ ଲାଗିଛି । ପ୍ରତ୍ୟେକ ଦିନ ୨୫୦ରୁ ୩୦୦ ସଂକ୍ରମିତ ଚିହ୍ନଟ ହେଉଛନ୍ତି । ଏଥିପାଇଁ ମୁଖ୍ୟତଃ ଭୁବନେଶ୍ୱରବାସୀଙ୍କୁ ଜଗିରଖି ଚଳିବା ପାଇଁ ପରାମର୍ଶ ଦେଇଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର ।

କଟକଣା ମାନି ନଚଳିଲେ ସ୍ଥିତି ସମ୍ପୂର୍ଣ୍ଣ ବିଗିଡ଼ିପାରେ ବୋଲି ସ୍ୱାସ୍ଥ୍ୟ ବିଭାଗ କହିଛି । ଅକ୍ଟୋବର ପାର୍ବଣର ଋତୁ ହୋଇଥିବାରୁ ଏହି ସମୟରେ ଭିଡ଼ ଲାଗିରହେ । ସାମାଜିକ ଦୂରତା ରହୁନଥିବା ବେଳେ ମାସ୍କ ବ୍ୟବହାର କମ ଦେଖିବାକୁ ମିଳେ । ଏହାକୁ ନଜରରେ ରଖି କେନ୍ଦ୍ର ସରକାର ୩ ମାସ ପର୍ୟ୍ୟନ୍ତ ଅଧିକ ସଚେତନତ ରହିବାକୁ ପରାମର୍ଶ ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପୁଣି ମନ୍ଦିରରେ ଦଳାଚକଟା, ଦୁଇଜଣ ଭକ୍ତଙ୍କ ମୃତ୍ୟୁ 🔴 ବସ୍-ବାଇକ ମୁହାଁମୁହିଁ ଧକ୍କା, ୨ଜଣଙ୍କ ମୃତ୍ୟୁ 🔴 ଆଜି ୪ ଘଣ୍ଟା ଶ୍ରୀଜିଉଙ୍କ ଦର୍ଶନ ବନ୍ଦ 🔴 ଲଗାଣ ବର୍ଷା, ୬ ଜିଲ୍ଲାରେ ବନ୍ୟା ପରିସ୍ଥିତି 🔴 ବିଜେଡିରୁ ନିଲମ୍ବନ ହେଲେ କର୍ପୋରେଟର ଅମରେଶ ଜେନା 🔴 ରାସ୍ତାରେ ଆଣ୍ଠେଇଲା ବାଇକ ଆମ୍ବୁଲାନ୍ସ 🔴 ଆସୁଛି ବଡ ବନ୍ୟା 🔴 ସଫେଇ କର୍ମଚାରୀମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି 🔴 ଆମ୍ବୁଲାନ୍ସ ଭିତରେ ୨୬ ବର୍ଷୀୟ ଯୁବତୀଙ୍କୁ ଗଣଦୁଷ୍କର୍ମ 🔴 କାରଗିଲ ବିଜୟ ଦିବସରେ ସେନାଙ୍କୁ ବଡ଼ ଉପହାର 🔴 ପୁଣି ମନ୍ଦିରରେ ଦଳାଚକଟା, ଦୁଇଜଣ ଭକ୍ତଙ୍କ ମୃତ୍ୟୁ 🔴 ବସ୍-ବାଇକ ମୁହାଁମୁହିଁ ଧକ୍କା, ୨ଜଣଙ୍କ ମୃତ୍ୟୁ 🔴 ଆଜି ୪ ଘଣ୍ଟା ଶ୍ରୀଜିଉଙ୍କ ଦର୍ଶନ ବନ୍ଦ 🔴 ଲଗାଣ ବର୍ଷା, ୬ ଜିଲ୍ଲାରେ ବନ୍ୟା ପରିସ୍ଥିତି 🔴 ବିଜେଡିରୁ ନିଲମ୍ବନ ହେଲେ କର୍ପୋରେଟର ଅମରେଶ ଜେନା 🔴 ରାସ୍ତାରେ ଆଣ୍ଠେଇଲା ବାଇକ ଆମ୍ବୁଲାନ୍ସ 🔴 ଆସୁଛି ବଡ ବନ୍ୟା 🔴 ସଫେଇ କର୍ମଚାରୀମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି 🔴 ଆମ୍ବୁଲାନ୍ସ ଭିତରେ ୨୬ ବର୍ଷୀୟ ଯୁବତୀଙ୍କୁ ଗଣଦୁଷ୍କର୍ମ 🔴 କାରଗିଲ ବିଜୟ ଦିବସରେ ସେନାଙ୍କୁ ବଡ଼ ଉପହାର