Masthead

ବାର୍ଡ ଫ୍ଲୁ ସ୍ଥିତି ଯାଞ୍ଚ: ଓଡ଼ିଶା ଆସିବେ କେନ୍ଦ୍ରୀୟ ବିଶେଷଜ୍ଞ ଦଳ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ବାର୍ଡ ଫ୍ଲୁ ସ୍ଥିତି ଯାଞ୍ଚ କରିବାକୁ ଆଜି ଓଡ଼ିଶା ଆସୁଛନ୍ତି କେନ୍ଦ୍ରୀୟ ବିଶେଷଜ୍ଞ ଦଳ। ବାର୍ଡ଼ ଫ୍ଲୁ ବ୍ୟାପିଥିବା ଅଞ୍ଚଳ ବୁଲି ଟିମ ତଦାରଖ କରିବ । ସ୍ୱାସ୍ଥ୍ୟ ବିଭାଗ ଅଧିକାରୀଙ୍କ ସହ ବୈଠକ କରିବା କାର୍ଯ୍ୟକ୍ରମ ରହିଛି। ବାର୍ଡ଼ ଫ୍ଲୁ ପାଇଁ ରାଜ୍ୟରେ ନିଆ ଯାଇଥିବା ପଦକ୍ଷେପ ନେଇ ପ୍ରଥମ ଦିନରୁ ହିଁ ସେଣ୍ଟ୍ରାଲ ଟିମକୁ ଅବଗତ କରାଯାଇଛି ବୋଲି ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ। ରାଜ୍ୟରେ ବାର୍ଡ-ଫ୍ଲୁ ନେଇ ଭୟଭୀତ ନହେବାକୁ ପରାମର୍ଶ ଦେଇଛି ସ୍ବାସ୍ଥ୍ୟ ବିଭାଗ। ପିପିଲି ଏବଂ ସତ୍ୟବାଦୀ ବ୍ଲକରେ ସ୍ଥିତିରେ ସୁଧାର ଆସିଥିବାବେଳେ ନିମାପଡ଼ା ଏବଂ ଡେଲାଙ୍ଗରେ କୁକୁଡ଼ା ମରା ଅଭିଯାନ ଜାରି ରହିଛି। କେନ୍ଦ୍ରାପଡ଼ାରେ ବାର୍ଡ-ଫ୍ଲୁ ନେଇ ସନ୍ଦେହ କରାଯାଉଥିବାବେଳେ ନମୁନା ଭୋପାଳ ପଠାଯାଇଛି।

ତେବେ ଏଯାଏଁ ମଣିଷଙ୍କ ପାଖକୁ ବାର୍ଡ ଫ୍ଲୁ ସଂକ୍ରମଣ ହୋଇନି। ପୂର୍ବରୁ ପରୀକ୍ଷା ପାଇଁ ପଠାଯାଇଥିବା ସନ୍ଦିଗ୍ଧ ନମୁନା ନେଗେଟିଭ ଆସିଛି । ତେବେ ବାର୍ଡ ଫ୍ଲୁ ନେଇ ସତର୍କ ରହିବାକୁ ସବୁ ଜିଲ୍ଲାକୁ ଆଲର୍ଟ କରାଯାଇଛି । କୁକୁଡ଼ା ଫାର୍ମରେ କାମ କରୁଥିବା ଓ କୁକୁଡ଼ା ସଂସ୍ପର୍ଶରେ ଆସୁଥିବା ଲୋକ ଅଧିକ ସତର୍କ ରହିବାକୁ ସ୍ୱାସ୍ଥ୍ୟ ବିଭାଗର ପକ୍ଷରୁ ପରାମର୍ଶ ଦିଆଯାଇଛି। ସେହିପରି ବାର୍ଡ-ଫ୍ଲୁ ତଦାରଖ ନିମନ୍ତେ ବା ଏହାର ସ୍ଥିତି ସମ୍ପର୍କରେ ଜାଣିବା ନିମନ୍ତେ ବୁଧବାର କେନ୍ଦ୍ରୀୟ ଦଳ ଆସୁଛନ୍ତି। ସ୍ବାସ୍ଥ୍ୟ ନିର୍ଦେଶକ ଡା.ବିଜୟ ମହାପାତ୍ର କହିଛନ୍ତି, ବାର୍ଡ-ଫ୍ଲୁ ପାଇଁ ଆବଶ୍ୟକ ପଦକ୍ଷେପ ନିଆଯାଉଛି। କୁକୁଡ଼ାରୁ ମଣିଷ ଦେହକୁ ବ୍ୟାପିବା ବା ଲକ୍ଷଣ ଦେଖାଦେବା ବିଭାଗ ନଜରରେ ନାହିଁ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା