ବାର୍ଡ ଫ୍ଲୁ ସ୍ଥିତି ଯାଞ୍ଚ: ଓଡ଼ିଶା ଆସିବେ କେନ୍ଦ୍ରୀୟ ବିଶେଷଜ୍ଞ ଦଳ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ବାର୍ଡ ଫ୍ଲୁ ସ୍ଥିତି ଯାଞ୍ଚ କରିବାକୁ ଆଜି ଓଡ଼ିଶା ଆସୁଛନ୍ତି କେନ୍ଦ୍ରୀୟ ବିଶେଷଜ୍ଞ ଦଳ। ବାର୍ଡ଼ ଫ୍ଲୁ ବ୍ୟାପିଥିବା ଅଞ୍ଚଳ ବୁଲି ଟିମ ତଦାରଖ କରିବ । ସ୍ୱାସ୍ଥ୍ୟ ବିଭାଗ ଅଧିକାରୀଙ୍କ ସହ ବୈଠକ କରିବା କାର୍ଯ୍ୟକ୍ରମ ରହିଛି। ବାର୍ଡ଼ ଫ୍ଲୁ ପାଇଁ ରାଜ୍ୟରେ ନିଆ ଯାଇଥିବା ପଦକ୍ଷେପ ନେଇ ପ୍ରଥମ ଦିନରୁ ହିଁ ସେଣ୍ଟ୍ରାଲ ଟିମକୁ ଅବଗତ କରାଯାଇଛି ବୋଲି ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ। ରାଜ୍ୟରେ ବାର୍ଡ-ଫ୍ଲୁ ନେଇ ଭୟଭୀତ ନହେବାକୁ ପରାମର୍ଶ ଦେଇଛି ସ୍ବାସ୍ଥ୍ୟ ବିଭାଗ। ପିପିଲି ଏବଂ ସତ୍ୟବାଦୀ ବ୍ଲକରେ ସ୍ଥିତିରେ ସୁଧାର ଆସିଥିବାବେଳେ ନିମାପଡ଼ା ଏବଂ ଡେଲାଙ୍ଗରେ କୁକୁଡ଼ା ମରା ଅଭିଯାନ ଜାରି ରହିଛି। କେନ୍ଦ୍ରାପଡ଼ାରେ ବାର୍ଡ-ଫ୍ଲୁ ନେଇ ସନ୍ଦେହ କରାଯାଉଥିବାବେଳେ ନମୁନା ଭୋପାଳ ପଠାଯାଇଛି।

ତେବେ ଏଯାଏଁ ମଣିଷଙ୍କ ପାଖକୁ ବାର୍ଡ ଫ୍ଲୁ ସଂକ୍ରମଣ ହୋଇନି। ପୂର୍ବରୁ ପରୀକ୍ଷା ପାଇଁ ପଠାଯାଇଥିବା ସନ୍ଦିଗ୍ଧ ନମୁନା ନେଗେଟିଭ ଆସିଛି । ତେବେ ବାର୍ଡ ଫ୍ଲୁ ନେଇ ସତର୍କ ରହିବାକୁ ସବୁ ଜିଲ୍ଲାକୁ ଆଲର୍ଟ କରାଯାଇଛି । କୁକୁଡ଼ା ଫାର୍ମରେ କାମ କରୁଥିବା ଓ କୁକୁଡ଼ା ସଂସ୍ପର୍ଶରେ ଆସୁଥିବା ଲୋକ ଅଧିକ ସତର୍କ ରହିବାକୁ ସ୍ୱାସ୍ଥ୍ୟ ବିଭାଗର ପକ୍ଷରୁ ପରାମର୍ଶ ଦିଆଯାଇଛି। ସେହିପରି ବାର୍ଡ-ଫ୍ଲୁ ତଦାରଖ ନିମନ୍ତେ ବା ଏହାର ସ୍ଥିତି ସମ୍ପର୍କରେ ଜାଣିବା ନିମନ୍ତେ ବୁଧବାର କେନ୍ଦ୍ରୀୟ ଦଳ ଆସୁଛନ୍ତି। ସ୍ବାସ୍ଥ୍ୟ ନିର୍ଦେଶକ ଡା.ବିଜୟ ମହାପାତ୍ର କହିଛନ୍ତି, ବାର୍ଡ-ଫ୍ଲୁ ପାଇଁ ଆବଶ୍ୟକ ପଦକ୍ଷେପ ନିଆଯାଉଛି। କୁକୁଡ଼ାରୁ ମଣିଷ ଦେହକୁ ବ୍ୟାପିବା ବା ଲକ୍ଷଣ ଦେଖାଦେବା ବିଭାଗ ନଜରରେ ନାହିଁ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ