Masthead

ଗଣମାଧ୍ୟମ ସଂସ୍ଥାମାନଙ୍କୁ ଅନୁରୋଧ ସତ୍ୟ ଖବର ପ୍ରସାରଣ କରନ୍ତୁ: ନିକୁଞ୍ଜ ବିହାରୀ ଧଳ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ନିର୍ବାଚନକୁ ନେଇ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳଙ୍କ ପ୍ରେସମିଟ । କହିଛନ୍ତି ଆଜି ରାଜ୍ୟର ଚତୁର୍ଥ ପର୍ଯ୍ୟାୟ ତଥା ଶେଷ ପର୍ଯ୍ୟାୟର ନିର୍ବାଚନ । ୬ ଟି ସଂସଦୀୟ କ୍ଷେତ୍ର ଓ ୪୨ ଟି ବିଧାନସଭା ପାଇଁ ନିର୍ବାଚନ ପ୍ରକ୍ରିୟା ଜାରି ରହିଛି । ୬ ଟି ଲୋକସଭା ତଥା ଭଦ୍ରକ, ବାଲେଶ୍ଵର , ଜଗତସିଂପୁର, ଯାଜପୁର , କେନ୍ଦ୍ରାପଡ଼ା ଓ ମୟୁରଭଞ୍ଜରେ ଚାଲିଛି ମତଦାନ । ଏଥିରେ ପ୍ରାୟ ୧ କୋଟି ଭୋଟର ରହିଛନ୍ତି । ସୁରୁଖୁରୁରେ ଚାଳିଛି ମତଦାନ ।

ଯେଉଁଠି ତ୍ରୁଟି ଥିଲା ଠିକ କରାଯାଇଛି । ସକାଳ ୯ ସୁଦ୍ଧା ରାଜ୍ୟରେ ୭.୬୯ ପ୍ରତିଶତ ଭୋଟିଂ ହୋଇଛି । ବଶିଷ୍ଠ ନାଗରିକମାନଙ୍କ ମଧ୍ୟରେ ଅଧିକ ଉତ୍ସାହ ରହିଛି । ଯୁବ ଭୋଟର ମାନେ ମଧ୍ୟ ଏହାକୁ ନେଇ ନିଜ ସଠିକ ମତ ପୋଷଣ କରନ୍ତୁ ବୋଲି କହିଛନ୍ତି ମୁଖ୍ୟ ନିର୍ବାଚନ ଅଧିକାରୀ । ୨୦୧୯ ରେ ଏହି ୬ ଟି ସ୍ଥାନରେ ୭୪.୩୮ ପ୍ରତିଶତ ଥିଲା, ଚଳିତ ଥର ମଧ୍ୟ ଭଲ ହେବ ବୋଲି ଆଶା । ଗଣମାଧ୍ୟମ ସଂସ୍ଥା ମାନଙ୍କୁ ଅନୁରୋଧ ସତ୍ୟ ଖବର ପ୍ରସାରଣ କରନ୍ତୁ । ସମୟ ସମୟରେ ଭୁଲ ଖବର ଭୋଟରମାନଙ୍କୁ ନିରୁତ୍ସାହିତ କରିଥାଏ । ୬୨୭୯ ମତଦାନ କେନ୍ଦ୍ରରୁ ୱେବ କଷ୍ଟି ଚଲିଛି । ୧୦୮୮୨ ଟି ମତଦାନ କେନ୍ଦ୍ରରେ ଭୋଟିଂ ଚାଲିଛିା ବର୍ତ୍ତମାନ ସୁଦ୍ଧା ୭୯ ବାଲାଟ ୟୁନିଟ ୧୦୬ କଣ୍ଟ୍ରୋଲ ୟୁନିଟ ଓ ୨୩୩ ଟି ଭିଭିପାଟ ପରିବର୍ତନ ହେଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ