Masthead

ସୁନାବେଶରେ ଦର୍ଶନ ଦେଉଛନ୍ତି ମାଆ

କେନ୍ଦୁଝର (ବଡ଼ ଖବର ବ୍ୟୁରୋ): କେନ୍ଦୁଝର ଜିଲ୍ଲାର ଅଧିଷ୍ଠାତ୍ରୀ ଦେବୀ ମାଆ ତାରିଣୀଙ୍କ ୮୮ ତମ ବିଶ୍ଵ ପ୍ରସିଦ୍ଧ ଚଇତି ପର୍ବ ଆଜି ଠାରୁ ଆରମ୍ଭ ହୋଇଛି । ୧୯୩୬ ମସିହା ଠାରୁ ମାଆଙ୍କର ଏହି ଚଇତି ପର୍ବ ମହା ଆଡ଼ମ୍ବରରେ ପାଳିତ ହୋଇଆସୁଛି । ଆଜି ଠାରୁ ଏପ୍ରିଲ ୧୫ ତାରିଖ ପର୍ଯ୍ୟନ୍ତ ସୁନବେଶରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେବେ ମାଆ । ଏହି ଅବସରରେ ଆଜି ରାତି ପ୍ରାୟ ସାଢେ଼ ଚାରିଟା ସମୟରୁ ମାଆଙ୍କ ସେବାୟତମାନେ ମାଆଙ୍କୁ ପ୍ରଥମେ ମାଜଣା, ମହାସ୍ନାନ, ବଡ଼ ସିଂହାର ବେଶ, ଷୋଡଶ ଉପଚାର ପୂଜା ସମେତ ଯଥା ରୀତିକାନ୍ତିରେ ମାଆଙ୍କର ପୂଜାର୍ଚ୍ଚନା କରି ସାରିବା ପରେ ମାଆଙ୍କୁ ସୁନାବେଶରେ ସଜ୍ଜିତ କରିଥିଲେ ।

ପରେ ଭକ୍ତଙ୍କ ପାଇଁ ମନ୍ଦିର ପହଡ଼ ଖୋଲିଥିଲା । ଚଇତିରେ ମାଆଙ୍କ ସୁନାବେଶ ତା ସହିତ ଆଜି ମାଆଙ୍କର ପ୍ରିୟ ମଙ୍ଗବାର ମଧ୍ୟ । ଏହି ଅବସରରେ ମାଆଙ୍କୁ ଦର୍ଶନ କରିବା ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁଙ୍କ ଭିଡ ଲାଗିଛି। ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ପାଇଁ ମନ୍ଦିର ପ୍ରଶାସନ ତରଫରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ