ଆସ୍ଥା ଜିତିଲେ ଚମ୍ପାଇ

ରାଞ୍ଚି (ବଡ଼ ଖବର ବ୍ୟୁରୋ): ଝାଡ଼ଖଣ୍ଡ ବିଧାନସଭାରେ ଆସ୍ଥା ଭୋଟ୍ ଜିତିଲେ ଚମ୍ପାଇ ସରକାର । ବହୁମତ ପ୍ରମାଣିତ କଲେ ମୁଖ୍ୟମନ୍ତ୍ରୀ ଚମ୍ପାଇ ସୋରେନ୍‌ । ୪୭ ବିଧାୟକଙ୍କ ସମର୍ଥନ ସହ ବହୁମତ ପ୍ରମାଣିତ କଲେ । ଜେଲରୁ ଆସି ଆସ୍ଥା ଭୋଟରେ ସାମିଲ୍ ହେଲେ ହେମନ୍ତ ସୋରେନ । ବିଧାନସଭାରେ ଚମ୍ପାଇ ସୋରେନ୍ ସରକାର ସପକ୍ଷରେ ୪୭ଟି ଭୋଟ୍ ପଡିଥିଲା । ବିଧାନସଭାରେ ୮୧ ସଦସ୍ୟ ରହିଛନ୍ତି । ବହୁମତ ପାଇଁ ୪୧ ବିଧାୟକଙ୍କ ସମର୍ଥନ ଆବଶ୍ୟକ ଥିଲା ।

ଜେଏମଏମ-ଆରଜେଡି ଏବଂ କଂଗ୍ରେସ ପାଖରେ ୪୭ ବିଧାୟକ ଥିଲେ । ଏହି ସମସ୍ତ ବିଧାୟକ ଚଂପାଇଙ୍କ ସମର୍ଥନରେ ଭୋଟ୍ ଦେଇଛନ୍ତି । ଏଥିମଧ୍ୟରୁ ୨୯ ବିଧାୟକ ଜେଏମଏମର, ୧୭ ଜଣ କଂଗ୍ରେସର ଏବଂ ଆରଜେଡିର ଜଣେ ବିଧାୟକ ରହିଛନ୍ତି । ରାଂଚି ଜମି ଅନିୟମିତତା ମାମଲାରେ ହେମନ୍ତ ସୋରେନ୍ ଗିରଫ ପୂର୍ବରୁ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ । ଏହାପରେ ଚଂପାଇ ସୋରେନ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’