ବିଜେପିରେ ଯୋଗଦେବେ ଚମ୍ପାଇ ସୋରେନ୍! ଶାହାଙ୍କ ସହ ମିଟିଂ ପରେ ବଡ଼ ଘୋଷଣା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଝାଡଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପୂର୍ବତନ ଜେଏଏମ୍ ନେତା ଚମ୍ପାଇ ସୋରେନ୍ ଖୁବ୍ ଶୀଘ୍ର ବିଜେପିରେ ସାମିଲ ହେବେ । ଆସାମ ମୁଖ୍ୟମନ୍ତ୍ରୀ ତଥା ବିଜେପି ନେତା ହିମନ୍ତ ବିଶ୍ୱଶର୍ମା ଏ ସମ୍ପର୍କରେ ଏକ ବଡ଼ ଘୋଷଣା କରିଛନ୍ତି । ଚମ୍ପାଇ ସୋରେନଙ୍କ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କ ସହ ସାକ୍ଷାତ ପରେ ଆସାମ ସିଏମ ଏହି ଦାବି କରିଛନ୍ତି । ସେ କହିଛନ୍ତି ଯେ ଚମ୍ପାଇ ଏହି ସପ୍ତାହରେ ବିଜେପିରେ ଯୋଗଦେବେ । ଚମ୍ପାଇ ଗତକାଲି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କୁ ସାକ୍ଷାତ କରିଥିଲେ ।

ଏହାପରେ ଆସନ୍ତା ୩୦ ତାରିଖରେ ରାଞ୍ଚିରେ ସେ ବିଜେପିରେ ଯୋଗଦେବେ ବୋଲି ସୂଚନା ମିଳିଛି । ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମାଙ୍କ ବ୍ୟତୀତ ଚମ୍ପାଇ ସୋରେନ ଏବଂ ପୁଅ ବାବୁଲାଲ ସୋରେନ ମଧ୍ୟ ଗତକାଲି ଶାହାଙ୍କ ସହ ସାକ୍ଷାତ ସମୟରେ ଉପସ୍ଥିତ ଥିଲେ । ଏହି ବୈଠକ ପରେ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ସର୍ମା ନିଜେ ସୋସିଆଲ ମିଡିଆରେ ଏକ ଫଟୋ ପୋଷ୍ଟ କରି କହିଛନ୍ତି ଯେ ଚମ୍ପାଇ ସୋରେନ ବିଜେପିରେ ଯୋଗଦେବାକୁ ଯାଉଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’