Masthead

ପ୍ରବଳ ବର୍ଷା ସମ୍ଭାବନା, ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ସୃଷ୍ଟି ହୋଇଛି ଲଘୁଚାପ । ଏହାର ପ୍ରଭାବରେ ରାଜ୍ୟର ୧୦ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହିଭଳି ଆଗାମୀ ୨୪ଘଣ୍ଟା ମଧ୍ୟରେ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ପାଣିପାଗ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି, ଗଂଜାମ, ପୁରୀ, ଖୋର୍ଦ୍ଧା,କନ୍ଧମାଳ, କଳାହାଣ୍ଡି ଓ ନବରଙ୍ଗପୁର ଜିଲ୍ଲା ପାଇଁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି ।

ଏହା ସହ ଦକ୍ଷିଣ ଏବଂ ଉତ୍ତର ଓଡ଼ିଶାରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ମୁଖ୍ୟତଃ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଂଜାମ , ଗଜପତି, କେନ୍ଦୁଝର, ମୟୁରଭଞ୍ଜ, ଅନୁଗୁଳ ,ଢେଙ୍କାନାଳ ଜିଲ୍ଲାମାନଙ୍କରେ ବର୍ଷା ପାଇଁ ସତର୍କ ସୂଚନା ଜାରି କରାଯାଇଛି । ତେବେ ରାଜ୍ୟରେ ନିଅଣ୍ଟିଆ ବର୍ଷା ରେକର୍ଡ଼ କରାଯାଇଥିବା ବେଳେ ଲଘୁଚାପ ପ୍ରଭାବରେ ଦୁଇଦିନ ପର୍ଯ୍ୟନ୍ତ ହେବାକୁଥିବା ବର୍ଷା ସାମାନ୍ୟ ପରିବର୍ତ୍ତନ ଆଣିପାରେ ବୋଲି ଆଶଙ୍କା କରାଯାଉଛି ।

ତେବେ ୩୦ ତାରିଖରୁ ରାଜ୍ୟରେ ବର୍ଷାର ପରିମାଣ କମିବ। କିନ୍ତୁ ରାଜ୍ୟରେ ମୌସୁମୀ ସକ୍ରିୟ ରହିଥିବାରୁ କିଛି କିଛି ସ୍ଥାନରେ ମୌସୁମୀଜନିତ ବର୍ଷା ହୋଇପାରେ। ଆସନ୍ତାକାଲି ଭୁବନେଶ୍ବର ଓ ଏହା ସଂଲଗ୍ନ ଅଞ୍ଚଳରେ ପାଗ ମେଘୁଆ ରହିବ। ଏଥିସହ ବର୍ଷା ବି ହେବାର ସମ୍ଭାବନା ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ