Masthead

ପ୍ରବଳ ବର୍ଷା ସମ୍ଭାବନା, ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ସୃଷ୍ଟି ହୋଇଛି ଲଘୁଚାପ । ଏହାର ପ୍ରଭାବରେ ରାଜ୍ୟର ୧୦ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହିଭଳି ଆଗାମୀ ୨୪ଘଣ୍ଟା ମଧ୍ୟରେ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ପାଣିପାଗ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି, ଗଂଜାମ, ପୁରୀ, ଖୋର୍ଦ୍ଧା,କନ୍ଧମାଳ, କଳାହାଣ୍ଡି ଓ ନବରଙ୍ଗପୁର ଜିଲ୍ଲା ପାଇଁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି ।

ଏହା ସହ ଦକ୍ଷିଣ ଏବଂ ଉତ୍ତର ଓଡ଼ିଶାରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ମୁଖ୍ୟତଃ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଂଜାମ , ଗଜପତି, କେନ୍ଦୁଝର, ମୟୁରଭଞ୍ଜ, ଅନୁଗୁଳ ,ଢେଙ୍କାନାଳ ଜିଲ୍ଲାମାନଙ୍କରେ ବର୍ଷା ପାଇଁ ସତର୍କ ସୂଚନା ଜାରି କରାଯାଇଛି । ତେବେ ରାଜ୍ୟରେ ନିଅଣ୍ଟିଆ ବର୍ଷା ରେକର୍ଡ଼ କରାଯାଇଥିବା ବେଳେ ଲଘୁଚାପ ପ୍ରଭାବରେ ଦୁଇଦିନ ପର୍ଯ୍ୟନ୍ତ ହେବାକୁଥିବା ବର୍ଷା ସାମାନ୍ୟ ପରିବର୍ତ୍ତନ ଆଣିପାରେ ବୋଲି ଆଶଙ୍କା କରାଯାଉଛି ।

ତେବେ ୩୦ ତାରିଖରୁ ରାଜ୍ୟରେ ବର୍ଷାର ପରିମାଣ କମିବ। କିନ୍ତୁ ରାଜ୍ୟରେ ମୌସୁମୀ ସକ୍ରିୟ ରହିଥିବାରୁ କିଛି କିଛି ସ୍ଥାନରେ ମୌସୁମୀଜନିତ ବର୍ଷା ହୋଇପାରେ। ଆସନ୍ତାକାଲି ଭୁବନେଶ୍ବର ଓ ଏହା ସଂଲଗ୍ନ ଅଞ୍ଚଳରେ ପାଗ ମେଘୁଆ ରହିବ। ଏଥିସହ ବର୍ଷା ବି ହେବାର ସମ୍ଭାବନା ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ