Masthead

ଆସୁଛି ଲଘୁଚାପ, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆସୁଛି ଲଘୁଚାପ ବର୍ଷା । ୧୨ ଘଣ୍ଟାରେ ଘନୀଭୂତ ହୋଇ ଲୋ-ପ୍ରେସରର ରୂପ ନେବ । ଲଘୁଚାପ ପ୍ରଭାବରେ ୧୨ ତାରିଖରୁ ଅଧିକାଂଶ ଜିଲ୍ଲାରେ ବର୍ଷା । ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା । ଶନିବାର ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି । ପାଣିପାଗବିତ୍‌ ଏଭଳି ପୂର୍ବାନୁମାନ କରିଛନ୍ତି । ଫଳରେ ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ ଗଜପତି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଓ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି ।

ଅନ୍ୟ ଜିଲ୍ଲାଗୁଡିକରେ କାଁ ଭାଁ କିଛି ସ୍ଥାନରେ ବର୍ଷା ହେବ ବୋଲି କେନ୍ଦ୍ର ଆକଳନ କରିଛି । ଦକ୍ଷିଣ-ପଶ୍ଚିମ ମୌସୁମୀ ପ୍ରତ୍ୟାବର୍ତ୍ତନ ଜାରି ରହିଛି । ଶୁକ୍ରବାର ସୁଦ୍ଧା ଗୁଜରାଟ ଓ ରାଜସ୍ଥାନର ଅଧିକାଂଶ ଅଞ୍ଚଳ, ସମ୍ପୂର୍ଣ୍ଣ ପଞ୍ଜାବ, ହରିୟାଣା, ଛତିଶଗଡ଼, ଦିଲ୍ଲୀ, ଜାମ୍ମୁ ଓ କାଶ୍ମୀର, ଲଦାଖ, ହିମାଚଳପ୍ରଦେଶ, ଉତ୍ତରାଖଣ୍ଡ, ଉତ୍ତରପ୍ରଦେଶ ଓ ମଧ୍ୟପ୍ରଦେଶର କିଛି ଅଞ୍ଚଳରୁ ପ୍ରତ୍ୟାବର୍ତ୍ତନ କରିଛି ।

ଆସନ୍ତା ଦୁଇ ଦିନ ମଧ୍ୟରେ ଗୁଜରାଟ, ମଧ୍ୟପ୍ରଦେଶ ଓ ଉତ୍ତରପ୍ରଦେଶରୁ ଏହା ପ୍ରତ୍ୟାବର୍ତ୍ତନ କରିବା ନେଇ ପାଗ ଅନୁକୂଳ ରହିଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦେଶକ ଏଚ୍‌.ଆର ବିଶ୍ବାସ କହିଛନ୍ତି । ସେ କହିଛନ୍ତି ଯେ ୧୦ ତାରିଖରେ ଆଣ୍ଡାମାନ ସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଏବେ ବି ଜାରି ରହିଛି। ଯାହାକି ପରବର୍ତ୍ତୀ ସମୟରେ ଚିହ୍ନିତ ଲଘୁଚାପରେ ପରିଣତ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ