Masthead

ଲଘୁଚାପ ବର୍ଷା ସମ୍ଭାବନା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆସୁଛି ଆଉ ଏକ ଲଘୁଚାପ । ଦଶହରାକୁ ବାତ୍ୟା ଫିକା କରିବାର ଯେଉଁ ଭୟ ଥିଲା ତାହା ଅନେକାଂଶରେ ଦୂର ହୋଇଛି । ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଘନୀଭୂତ ହୋଇ ଓଡ଼ିଶାକୁ ମୁହାଁଇବ। କିନ୍ତୁ ଏହା ଅଧିକ ଘନୀଭୂତ ନହୋଇ ବୋଲି ଅବପାତରେ ସୀମିତ ରହିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଏହାସହ ଅଧିକ ବେଗରେ ପବନ ବହିବାର ସମ୍ଭାବନା ମଧ୍ୟ କ୍ଷୀଣ। ହେଲେ ଓଡ଼ିଶା ଉପକୂଳରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

୧୭ରୁ ୧୯ ତାରିଖ ମଧ୍ୟରେ ଅଧିକ ବର୍ଷା ହେବ ବୋଲି ପୂର୍ବାନୁମାନ କରାଯାଉଛି। ପାଣିପାଗ ବିଶେଷଜ୍ଞ ଆକଳନରୁ ଜଣାପଡ଼ୁଛି ଯେ ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପବଳୟ ୧୩ ତାରିଖ ପର୍ଯ୍ୟନ୍ତ ପ୍ରାୟ ସେହି ସ୍ଥାନରେ ହିଁ ରହିବ। ୧୩ ତାରିଖରେ ଲଘୁଚାପ କ୍ଷେତ୍ର ହୋଇ ୧୫ତାରିଖରେ ସ୍ପଷ୍ଟ ଚିହ୍ନିତ ଲଘୁଚାପରେ ପରିଣତ ହେବ। ୧୭ତାରିଖ ସକାଳେ ଅବପାତରେ ପରିଣତ ହୋଇ ୧୮ ସଂଧ୍ୟା ପର୍ଯ୍ୟନ୍ତ ସେହି ଅବସ୍ଥାରେ ରହିବ। ଅବପାତରେ ପରିଣତ ପରେ ୧୭ସଂଧ୍ୟାରୁ ୧୮ ସଂଧ୍ୟା ମଧ୍ୟରେ ଉପକୂଳ ଅତିକ୍ରମ କରିବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, ସମ୍ବଲପୁର, ବରଗଡ଼, ବଲାଙ୍ଗୀର, ସୋନପୁର ଓ ନୂଆପଡ଼ା ଆଦି ପଶ୍ଚିମ ଓଡ଼ିଶାର ଜିଲ୍ଲାଗୁଡ଼ିକରୁ ଆଜି ମୌସୁମୀ ପ୍ରତ୍ୟାବର୍ତ୍ତନ କରିଛି। ଏଥିସହ ଅନୁଗୁଳ ଓ ବୌଦ୍ଧର ଅଧିକାଂଶ ସ୍ଥାନରୁ ତଥା ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, କନ୍ଧମାଳ ଓ କଳାହାଣ୍ଡି ଆଦି ଜିଲ୍ଲାର କିଛି କିଛି ସ୍ଥାନରୁ ମଧ୍ୟ ମୌସୁମୀ ଫେରିବା ଆରମ୍ଭ କରିଛି। ରାଜ୍ୟରୁ ମୌସୁମୀ ପ୍ରତ୍ୟାବର୍ତ୍ତନ ପ୍ରକ୍ରିୟା ଆରମ୍ଭ ହୋଇଯାଇଥିବାରୁ ପାଗ ଶୁଖିଲା ରହିଛି। ମୌସୁମୀଜନିତ ବର୍ଷା ରାଜ୍ୟରେ ଆଉ ବିଶେଷ ହେବାର ନାହିଁ ବୋଲି କୁହାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି