୨୪-୨୫ ବର୍ଷା ସମ୍ଭାବନା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆସନ୍ତା ୨୪ ଓ ୨୫ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା । ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ବିଭିନ୍ନ ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଜାରି କରିଛି । ତେବେ ୧୯ଟି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଏହାକୁ ନଜରରେ ରଖି ସ୍ବତନ୍ତ୍ର ରିଲିଫ କମିସନର ୧୯ଟି ଜିଲ୍ଲା ଅନୁଗୁଳ, ବାଲେଶ୍ବର, ଭଦ୍ରକ, କଟକ, ଢେଙ୍କାନାଳ, ଗଞ୍ଜାମ, ଗଜପତି, ଯାଜପୁର, ଜଗତସିଂହପୁର, କନ୍ଧମାଳ, କେନ୍ଦ୍ରାପଡ଼ା, କେନ୍ଦୁଝର, ଖୋର୍ଦ୍ଧା, କୋରାପୁଟ, ମାଲକାନଗିରି, ମୟୂରଭଞ୍ଜ, ନୟାଗଡ଼, ପୁରୀ ଓ ସୁନ୍ଦରଗଡ଼ ଜିଲ୍ଲାପାଳଙ୍କୁ ସତର୍କ କରିଛନ୍ତି।

ପାଣିପାଗ ବିଭାଗ ଏହି ସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଥିବାରୁ ଏନେଇ ଲୋକଙ୍କୁ ସତର୍କ କରାଇବା ସହ ବର୍ଷା ମୁକାବିଲା ପାଇଁ ଆବଶ୍ୟକୀୟ ପଦକ୍ଷେପ ନେବାକୁ ଏସଆରସି ଜିଲ୍ଲାପାଳମାନଙ୍କୁ କହିଛନ୍ତି । ଅନ୍ୟପଟେ ଜୁନ ପହିଳାରୁ ଅଗଷ୍ଟ ୨୧ତାରିଖ ମଧ୍ୟରେ ରାଜ୍ୟରେ ପାଖାପାଖି ୫୭୯.୬ ମିମି ବର୍ଷା ରେକର୍ଡ ହୋଇଛି। ଏଥିରେ ୪ଟି ଜିଲ୍ଲା ସବୁଠାରୁ ଅଧିକ ପ୍ରଭାବିତ ହୋଇଛି। ଯାଜପୁରରେ ୫୪% କମ୍‌ ବର୍ଷା ରେକର୍ଡ ହୋଇଥିବାି ବେଳେ ଭଦ୍ରକରେ ୫୦% ବର୍ଷା ରେକର୍ଡ ହୋଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’