Masthead

୨୪-୨୫ ବର୍ଷା ସମ୍ଭାବନା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆସନ୍ତା ୨୪ ଓ ୨୫ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା । ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ବିଭିନ୍ନ ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଜାରି କରିଛି । ତେବେ ୧୯ଟି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଏହାକୁ ନଜରରେ ରଖି ସ୍ବତନ୍ତ୍ର ରିଲିଫ କମିସନର ୧୯ଟି ଜିଲ୍ଲା ଅନୁଗୁଳ, ବାଲେଶ୍ବର, ଭଦ୍ରକ, କଟକ, ଢେଙ୍କାନାଳ, ଗଞ୍ଜାମ, ଗଜପତି, ଯାଜପୁର, ଜଗତସିଂହପୁର, କନ୍ଧମାଳ, କେନ୍ଦ୍ରାପଡ଼ା, କେନ୍ଦୁଝର, ଖୋର୍ଦ୍ଧା, କୋରାପୁଟ, ମାଲକାନଗିରି, ମୟୂରଭଞ୍ଜ, ନୟାଗଡ଼, ପୁରୀ ଓ ସୁନ୍ଦରଗଡ଼ ଜିଲ୍ଲାପାଳଙ୍କୁ ସତର୍କ କରିଛନ୍ତି।

ପାଣିପାଗ ବିଭାଗ ଏହି ସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଥିବାରୁ ଏନେଇ ଲୋକଙ୍କୁ ସତର୍କ କରାଇବା ସହ ବର୍ଷା ମୁକାବିଲା ପାଇଁ ଆବଶ୍ୟକୀୟ ପଦକ୍ଷେପ ନେବାକୁ ଏସଆରସି ଜିଲ୍ଲାପାଳମାନଙ୍କୁ କହିଛନ୍ତି । ଅନ୍ୟପଟେ ଜୁନ ପହିଳାରୁ ଅଗଷ୍ଟ ୨୧ତାରିଖ ମଧ୍ୟରେ ରାଜ୍ୟରେ ପାଖାପାଖି ୫୭୯.୬ ମିମି ବର୍ଷା ରେକର୍ଡ ହୋଇଛି। ଏଥିରେ ୪ଟି ଜିଲ୍ଲା ସବୁଠାରୁ ଅଧିକ ପ୍ରଭାବିତ ହୋଇଛି। ଯାଜପୁରରେ ୫୪% କମ୍‌ ବର୍ଷା ରେକର୍ଡ ହୋଇଥିବାି ବେଳେ ଭଦ୍ରକରେ ୫୦% ବର୍ଷା ରେକର୍ଡ ହୋଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ