Masthead

୨୪ ଘଣ୍ଟା ବର୍ଷା ସମ୍ଭାବନା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ୨୪ ଘଣ୍ଟା ବର୍ଷା ସମ୍ଭାବନା । ରାଜ୍ୟରେ ଅନେକ ସ୍ଥାନରେ ପ୍ରବଳ ରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଲଘୁଚାପ ପ୍ରଭାବରେ ଆହୁରି ୨୪ ଘଣ୍ଟା ବର୍ଷିବ ବର୍ଷା । ଗତକାଲିର ଲଘୁଚାପ ଆଜି ଓଡ଼ିଶା ଉପକୂଳ ତଥା ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ରହିଛି। ଆଗାମୀ ୪୮ ଘଣ୍ଟାରେ ଏହା ପଶ୍ଚିମ-ଉତ୍ତର ଓ ଉତ୍ତର -ପଶ୍ଚିମ ଦିଗରେ ଗତି କରିବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆଗାମୀ ୨୪ ଘଣ୍ଟା ପର୍ଯ୍ୟନ୍ତ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ।

ଏଥିସହ କିଛି ଜିଲ୍ଲାରେ ପ୍ରବଳ ବର୍ଷାର ମଧ୍ୟ ସମ୍ଭାବନା ରହିଛି। ଆସନ୍ତାକାଲି ଆଭ୍ୟନ୍ତରୀଣ ଜିଲ୍ଲା ଯଥା ବରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ଅନୁଗୁଳ, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ସୋନପୁର, ବଲାଙ୍ଗୀର ଓ ନୂଆପଡ଼ା ଆଦି ଜିଲ୍ଲାଗୁଡ଼ିକରେ ପ୍ରବଳ ବର୍ଷାର ସମ୍ଭାବନାକୁ ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିଭଳି ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ର ଉପକୂଳବର୍ତ୍ତୀ ପଶ୍ଚିମ କେନ୍ଦ୍ରୀୟ ତଥା ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଘଣ୍ଟାପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିବ। ଏଣୁ ୧୮ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀମାନଙ୍କୁ ଗଭୀର ସମୁଦ୍ରକୁ ନ ଯିବାକୁ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା