Masthead

ତିନି ଦିନ ବର୍ଷା ସମ୍ଭାବନା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଦକ୍ଷିଶ ଓଡ଼ିଶାରେ ପ୍ରବଳ ବର୍ଷିବ । ତିନି ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷାର ସମ୍ଭାବନା ରହିଛି । ବିଶେଷ କରି ଦକ୍ଷିଣ ଓଡ଼ିଶାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବା ନେଇ ଅନୁମାନ କରିଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଏଥିପାଇଁ ଅନେକ ଜିଲ୍ଲା ଲାଗି ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଅଗଷ୍ଟ ୧୫ ଓ ୧୬ ତାରିଖରେ କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

ଆନ୍ଧ୍ରପ୍ରଦେଶ ଉପକୂଳ ତଥା ପଶ୍ଚିମ କେନ୍ଦ୍ର ବଙ୍ଗୋପସାଗରରେ ସମୁଦ୍ର ପତ୍ତନଠାରୁ ୩.୧ରୁ ୫.୮ କି.ମି ମଧ୍ୟରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ପ୍ରଭାବରେ ଓଡ଼ିଶାରେ ଆଗାମୀ ୨୪ ଘଣ୍ଟାରେ କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବା ସହ ଘଡ଼ଘଡ଼ି ଓ ବିଜୁଳି ମାରିବାର ସମ୍ଭାବନା ରହିଛି। ୧୫ ଓ ୧୬ ତାରିଖରେ ପ୍ରବଳ ବର୍ଷା ହେବ। ମୁଖ୍ୟତଃ ଦକ୍ଷିଣ ଓଡ଼ିଶାରେ ବର୍ଷାର ପ୍ରଭାବ ଅଧିକ ରହିବ । କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ନୂଆପଡ଼ା, ମୟୂରଭଞ୍ଜ, ରାୟଗଡ଼ା, ଗଜପତି ଓ କଳାହାଣ୍ଡି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା