ତିନି ଦିନ ବର୍ଷା ସମ୍ଭାବନା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଦକ୍ଷିଶ ଓଡ଼ିଶାରେ ପ୍ରବଳ ବର୍ଷିବ । ତିନି ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷାର ସମ୍ଭାବନା ରହିଛି । ବିଶେଷ କରି ଦକ୍ଷିଣ ଓଡ଼ିଶାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବା ନେଇ ଅନୁମାନ କରିଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଏଥିପାଇଁ ଅନେକ ଜିଲ୍ଲା ଲାଗି ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଅଗଷ୍ଟ ୧୫ ଓ ୧୬ ତାରିଖରେ କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

ଆନ୍ଧ୍ରପ୍ରଦେଶ ଉପକୂଳ ତଥା ପଶ୍ଚିମ କେନ୍ଦ୍ର ବଙ୍ଗୋପସାଗରରେ ସମୁଦ୍ର ପତ୍ତନଠାରୁ ୩.୧ରୁ ୫.୮ କି.ମି ମଧ୍ୟରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ପ୍ରଭାବରେ ଓଡ଼ିଶାରେ ଆଗାମୀ ୨୪ ଘଣ୍ଟାରେ କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବା ସହ ଘଡ଼ଘଡ଼ି ଓ ବିଜୁଳି ମାରିବାର ସମ୍ଭାବନା ରହିଛି। ୧୫ ଓ ୧୬ ତାରିଖରେ ପ୍ରବଳ ବର୍ଷା ହେବ। ମୁଖ୍ୟତଃ ଦକ୍ଷିଣ ଓଡ଼ିଶାରେ ବର୍ଷାର ପ୍ରଭାବ ଅଧିକ ରହିବ । କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ନୂଆପଡ଼ା, ମୟୂରଭଞ୍ଜ, ରାୟଗଡ଼ା, ଗଜପତି ଓ କଳାହାଣ୍ଡି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ