ଆଜିଠୁ ପୁଣି ବଦଳିବ ପାଗ, ପଶ୍ଚିମାଝଡ଼ ଆଣିବ ବର୍ଷା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜିଠୁ ପୁଣି ବଦଳିବ ପାଗ । ପଶ୍ଚିମାଝଡ଼ ପ୍ରଭାବରେ ଦୁଇ ଦିନ ବର୍ଷା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଉତ୍ତର ଓଡ଼ିଶାର ଅଧିକାଂଶ ଜିଲ୍ଲା ଓ ଉତ୍ତର-ପଶ୍ଚିମ ଓଡ଼ିଶାର କିଛି ଅଞ୍ଚଳରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ସମ୍ଭାବନା ରହିଛି। ପଶ୍ଚିମା ଝଡ଼ ପ୍ରଭାବରେ ଆଜି ବରଗଡ଼, ବଲାଙ୍ଗୀର, ନୂଆପଡ଼ା, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼ ଓ ସୋନପୁର ଜିଲ୍ଲାରେ ବର୍ଷା ଆଶଙ୍କା ରହିଛି।

ସେହିପରି ୨୯ ତାରିଖରେ ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, କନ୍ଧମାଳ ଓ କଳାହାଣ୍ଡି ଜିଲ୍ଲାର କେତେକ ଅଞ୍ଚଳରେ ବର୍ଷା ସମ୍ଭାବନା ରହିଛି। ତେବେ ୩୦ ତାରିଖରୁ ପାଗରେ ପରିବର୍ତ୍ତନ ଦେଖିବାକୁ ମିଳିବ। ଡିସେମ୍ବର ୩୦ରୁ ଜାନୁଆରୀ ୨ ପର୍ୟ୍ୟନ୍ତ ରାଜ୍ୟରେ ପାଗ ଶୁଖିଲା ରହିବ । ରାତିରେ ପାରଦ ଖସିବା ସହ ପ୍ରଥମେ ଆଭ୍ୟନ୍ତରୀଣ ଓଡ଼ିଶା ଏବଂ ପରେ ରାଜ୍ୟର ଅନ୍ୟ ସ୍ଥାନରେ ପ୍ରବଳ ଶୀତ ଅନୁଭୂତ ହେବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ