୧୬ ଜିଲ୍ଲାରେ ବର୍ଷା ସମ୍ଭାବନା

ଭୁୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ସକ୍ରିୟ ରହିଛି ପଶ୍ଚିମା ଝଡ଼ । ଏହା ପ୍ରଭାବରେ ଆଜି କିଛି ଜିଲ୍ଲାରେ ବର୍ଷା ହୋଇପାରେ । ଗତକାଲି ମଧ୍ୟ କିଛି ଜିଲ୍ଲାରେ ବର୍ଷା ହୋଇଥିଲା । ୧୬ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି । ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ । ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ, ଗଞ୍ଜାମ ଏବଂ ଗଜପତି ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି। ଗତକାଲି କେନ୍ଦୁଝର, ମୟୂରଭଞ୍ଜ ଏବଂ କୋରାପୁଟ ଜିଲ୍ଲାର କିଛି ସ୍ଥାନରେ ବର୍ଷା ରେକର୍ଡ ହୋଇଥିଲା। ଆସନ୍ତାକାଲିଠୁ ପାଗ ଶୁଖିଲା ରହିବ। ଆସନ୍ତା ୨ ଦିନ ପର୍ଯ୍ୟନ୍ତ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବ ନାହିଁ। ୨ଦିନ ପରେ ତାପମାତ୍ରା ସାମାନୂ ବଢ଼ିବା ନେଇ ପୂର୍ବାନୁମାନ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ