Masthead

ଆସନ୍ତା ୨ଦିନ ରାଜ୍ୟରେ ବର୍ଷା ସମ୍ଭାବନା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆସନ୍ତା ୨ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ୨୪ଘଣ୍ଟା ମଧ୍ୟରେ ଉତ୍ତର ଆଭ୍ୟନ୍ତରିଣ ଓଡିଶା, ଉପକୂଳ ଓଡିଶାର ଅନେକ ସ୍ଥାନ ଓ ଦକ୍ଷିଣ ଓଡିଶାର କେତେକ ସ୍ଥାନରେ ମଧ୍ୟମ ଧରଣର ବର୍ଷା ହେବ । ଏନେଇ ସୂଚନା ଦେଇଛି ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ସୁନ୍ଦରଗଡ଼, ଦେବଗଡ଼, ଝାରସୁଗୁଡା, ସମ୍ବଲପୁର, ବରଗଡ଼, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର ଓ ବୌଦ୍ଧ ଆଦି ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବ । ସେହିପରି ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼ ଓ କେନ୍ଦୁଝର ଆଦି ଜିଲ୍ଲାର କିଛି ସ୍ଥାନରେ ୧୯ ତାରିଖ ଦିନ ଭୀଷଣ ବର୍ଷା ହୋଇପାରେ।

କେନ୍ଦ୍ରର ସୂଚନା ମୁତାବକ, ରାଜ୍ୟରେ ଏବେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରବାହ ଜାରି ରହିଛି। ଏହା ପ୍ରଭାବରେ ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ବର୍ଷା ଜାରି ରହିଛି। ଆସନ୍ତା ୨ଦିନ ପର୍ୟ୍ୟନ୍ତ ମଧ୍ୟ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିବ। ସେହିପରି କନ୍ଧମାଳ ଜିଲ୍ଲା ବାଲିକୁଦାରେ ୮୦.୬ ମିମି, ବରଗଡ଼ ଜିଲ୍ଲା ବିଜେପୁରରେ ୭୮.୦ମିମି ବର୍ଷା ହୋଇଥିବା କେନ୍ଦ୍ର ପକ୍ଷରୁ କୁହାଯାଇଛି। ଭୁବନେଶ୍ବରରେ ମଧ୍ୟ ୩.୫ମିମି ବର୍ଷା ହୋଇଛି ବୋଲି କେନ୍ଦ୍ର ପକ୍ଷରୁ କୁହାଯାଇଛି। ବଙ୍ଗୋପସାଗରରେ ମୌସୁମୀ ପ୍ରବାହ ଜାରି ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ