Masthead

ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା..

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା । ମିଳିପାରେ ଆଶ୍ବସ୍ତି । ଗତ ୨୪ ଘଣ୍ଟା ମଧ୍ୟରେ ମୟୂରଭଞ୍ଜର ରାଇରଙ୍ଗପୁରଠାରେ ସର୍ବାଧିକ ୬ ସେମି ବର୍ଷା ହୋଇଛି। ତେବେ ୧୭ ତାରିଖ ପର୍ଯ୍ୟନ୍ତ ଉପକୂଳ ଓଡ଼ିଶା ସମେତ କନ୍ଧମାଳ, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବ।

ଅଳ୍ପ କିଛି ସ୍ଥାନରେ ବଜ୍ରପାତର ଆଶଙ୍କା ମଧ୍ୟ ରହିଛି। ତାହାକୁ ଦୃଷ୍ଟିରେ ରଖି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୧୧ ଜିଲ୍ଲା ପାଇଁ‌ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏଥିସହ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ଓଡ଼ିଶାର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମଧରଣର ବର୍ଷା ଏବଂ କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ଅନୁମାନ କରାଯାଇଛି। ୧୯ ଓ ୨୦ ତାରିଖରେ ଉପକୂଳ ଓ ଉତ୍ତର ଓଡ଼ିଶାରେ ଅଧିକ ବର୍ଷା ହେବା ନେଇ ଅନୁମାନ କରାଯାଉଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ