Masthead

ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ରାଜ୍ୟର  ଅନେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଅଛି । ଆଜିଠୁ ବଢ଼ିବ ବର୍ଷାର ପରିମାଣ । ଆଜି ସାରା ରାଜ୍ୟ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । କେନ୍ଦୁଝର, ମୟୂରଭଞ୍ଜ, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ସେହିପରି ଆସନ୍ତାକାଲି ମଧ୍ୟ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଗଞ୍ଜାମ ଓ ନବରଙ୍ଗପୁର ଜିଲ୍ଲାରେ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଏହା ସହ ଅନ୍ୟ ସବୁ ଜିଲ୍ଲାରେ ମଧ୍ୟ ବର୍ଷା ହେବାର ଆଶଙ୍କା ରହିଛି । ଆସନ୍ତା ୪ ତାରିଖ ପର୍ଯ୍ୟନ୍ତ ଏପରି ବର୍ଷା ଲାଗି ରହିବ । ୪ ତାରିଖ ଯାଏଁ ସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । କେନ୍ଦୁଝର, ମୟୂରଭଞ୍ଜ, ରାୟଗଡ଼ା, ମାଲକାନଗିରି,  କୋରାପୁଟରେ ସ୍ଥାନେ ସ୍ଥାନେ ଘଡ଼ଘଡ଼ି ସହ  ପ୍ରବଳ ବର୍ଷା ହୋଇପାରେ ।  ପାଣିପାଗ ବିଭାଗର  ପୂର୍ବାନୁମାନ ଅନୁସାରେ, ରବିବାରଠାରୁ ବର୍ଷା  ପୁଣି କ୍ରମଶଃ ବଢ଼ିବ । ସେପ୍ଟେମ୍ବର ୩ ତାରିଖ  ପର୍ଯ୍ୟନ୍ତ ବର୍ଷା ପ୍ରକୋପ ଅଧିକ ରହିବା ସମ୍ଭାବନା  ଅଛି ।

ସୋମବାର ରାଜ୍ୟର ଅଧିକାଂଶ ସ୍ଥାନରେ  ବର୍ଷା ହୋଇପାରେ । କେନ୍ଦୁଝର, ମୟୂରଭଞ୍ଜ,  ସୁନ୍ଦରଗଡ଼, ଗଜପତି, ଗଞ୍ଜାମ, ନବରଙ୍ଗପୁରରେ  ପ୍ରବଳ ବର୍ଷା ଓ କେତେକ ଜିଲ୍ଲାରେ ଘଡ଼ଘଡ଼ି,  ପବନ ଏବଂ ବର୍ଷା ଆଶଙ୍କା ରହିଛି ।  ଏଭଳି ପାଗ ପରବର୍ତ୍ତୀ ଦୁଇଦିନ ମଧ୍ୟ ରହିବ ।  ଶନିବାର ପାରାଦୀପରେ  ୩୦ ମିଲିମିଟର, ରାଜଧାନୀରେ ୨୨.୧ ମିମି ବର୍ଷା ରେକର୍ଡ  ହୋଇଥିଲା । ସନ୍ଧ୍ୟାରେ ବି ଝିପିଝିପି ବର୍ଷା ଲାଗି ରହିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ