Before Header

ବର୍ଷା ସମ୍ଭାବନା

0 24

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସେପ୍ଟେମ୍ବରରେ ସ୍ବାଭାବିକ ବର୍ଷା ସମ୍ଭାବନା । ଉତ୍ତର, ଆଭ୍ୟନ୍ତରୀଣ ଓ ପଶ୍ଚିମ ଓଡ଼ିଶାର କେତେକ ଜିଲ୍ଲାରେ ସ୍ବାଭାବିକଠାରୁ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି। ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦୁଝର, ଦେବଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ମୟୂରଭଞ୍ଜ ଓ ସମ୍ବଲପୁର ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ‌ ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ସେଭଳି ବର୍ଷା ହେବ ନାହିଁ।

କଟକ, ପୁରୀ, ଗଞ୍ଜାମ, ଖୋର୍ଦ୍ଧା, ଗଜପତି, କନ୍ଧମାଳ, ନୟାଗଡ଼, କଳାହାଣ୍ଡି, ରାୟଗଡ଼ା, ନବରଙ୍ଗପୁର, ବଲାଙ୍ଗୀର ଓ କୋରାପୁଟ ଜିଲ୍ଲାରେ ସ୍ବାଭାବିକଠାରୁ ୪୦% ପର୍ଯ୍ୟନ୍ତ ନିଅଣ୍ଟିଆ ବର୍ଷା ହୋଇପାରେ। କିନ୍ତୁ କୌଣସି ଜିଲ୍ଲାରେ ନିଅଣ୍ଟିଆ ବର୍ଷା ହେବ ନାହିଁ ବୋଲି ପାଣିପାଗ ବିଜ୍ଞାନ କେନ୍ଦ୍ରରୁ ପୂର୍ବାନୁମାନ କରାଯାଇଛି।

Leave A Reply

Your email address will not be published.