Masthead

ଆଜିଠୁ କମିବ ଥଣ୍ଡା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସାରା ରାଜ୍ୟରେ ଅସହ୍ୟ ଜାଡ । ତଳକୁ ତଳକୁ ଖସୁଛି ପାରଦ। ସେପଟେ ଆଜିଠୁ ଥଣ୍ଡା କମିବା ସମ୍ଭାବନା ରହିଛି । ରାଜ୍ୟ ମଧ୍ୟକୁ ଉତ୍ତର ତଥା ଉତ୍ତର ପଶ୍ଚିମ ଦିଗରୁ ଶୁଷ୍କ ଥଣ୍ଡା ବାୟୁ ପ୍ରବାହ ଦୁର୍ବଳ ଏବଂ ଆକାଶ ନିର୍ମଳ ଥିବାରୁ ଆଜିଠୁ ଶୀତର ପ୍ରକୋପ ସାମାନ୍ୟ କମିବା ସମ୍ଭାବନା ରହିଛି । ଏଥିସହ ୨୫ ତାରିଖ ଯାଏଁ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ଅଞ୍ଚଳରେ ଘନ କୁହୁଡି ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଘନ କୁହୁଡ଼ି ଯୋଗୁଁ ଦୃଶ୍ୟମାନ ଦୂରତା ୨୦୦ ମିଟରରୁ କମ୍ ରହିବା ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ବାୟୁମଣ୍ଡଳରେ ଏକ ଗୁରୁଚାପ ବଳୟ ସୃଷ୍ଟି ହେବାକୁ ଥିବାରୁ ୨୩ ଏବଂ ୨୪ ତାରିଖରେ ପ୍ରବଳ କୁହୁଡ଼ି ପାଇଁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ୨୩ ତାରିଖରେ ୧୦ ଜିଲ୍ଲା ଏବଂ ୨୪ ତାରିଖରେ ୧୮ ଜିଲ୍ଲାକୁ ଘନ କୁହୁଡ଼ି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସପ୍ତାହେ ହେଲା ଅଧିକାଂଶ ଅଞ୍ଚଳରେ ରାତି ପାରଦ ୧୫ ଡିଗ୍ରୀ ତଳକୁ ଚାଲିଯାଉଛି । ଗତ ୨୪ ଘଣ୍ଟାରେ ରାଜ୍ୟର ଅଧିକାଂଶ ସ୍ଥାନରେ ଚଳିତ ବର୍ଷର ସର୍ବନିମ୍ନ ତାପମାତ୍ରା ରେକର୍ଡ ହୋଇଛି। ଜି. ଉଦୟଗିରିରେ ପାରଦ ସର୍ବନିମ୍ନ ୪ ଡିଗ୍ରୀକୁ ଖସିଛି । ସିମିଳିଗୁଡାରେ ୫.୭ , ଫୁଲବାଣୀ ୬.୫, କିରେଇ ୬.୬, କୋରାପୁଟ ୭.୬, ଅନୁଗୁଳ ୮ ଡିଗ୍ରୀ ସମେତ ୧୬ ସ୍ଥାନର ସର୍ବନିମ୍ନ ରାତି ତାପମାତ୍ରା ୧୦ ଡିଗ୍ରୀ ତଳେ ରହିଛି । ଭୁବନେଶ୍ୱରର ସର୍ବନିମ୍ନ ରାତି ତାପମାତ୍ରା ୧୨.୪ ଡିଗ୍ରୀ ଓ କଟକରେ ୧୨.୮ ଡିଗ୍ରୀ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗାନ୍ଧୀମାର୍ଗରେ ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ 🔴 ଦେଶ ପାଳୁଛି ୭୯ତମ ସ୍ୱାଧୀନତା ଦିବସ 🔴 ପ୍ରଣବଙ୍କ ଭାଇ ନାଁରେ ଅନାସ୍ଥା 🔴 ଲାଞ୍ଚ ନେବା ବେଳେ ମାଡି ବସିଲା ଭିଜିଲାନ୍ସ 🔴 ଭିସୁଟ୍‌ର ଡ୍ରେସ୍ କୋଡ୍‌, ଛାତ୍ରୀଙ୍କୁ ଦୁପଟା ମନା 🔴 ସାପ କାମୁଡ଼ାରେ ୪ଜଣଙ୍କ ମୃତ୍ୟୁ 🔴 ୩ ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା 🔴 ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ରାହୁରେଖାଲାଗି ନୀତି, ୪ ଘଣ୍ଟା ଦର୍ଶନ ବନ୍ଦ 🔴 ଆଜି ବସିବ ରାଜ୍ୟ କ୍ୟାବିନେଟ 🔴 ଶ୍ରୀମନ୍ଦିର ଉଡ଼େଇଦେବାକୁ ଧମକ! 🔴 ଗାନ୍ଧୀମାର୍ଗରେ ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ 🔴 ଦେଶ ପାଳୁଛି ୭୯ତମ ସ୍ୱାଧୀନତା ଦିବସ 🔴 ପ୍ରଣବଙ୍କ ଭାଇ ନାଁରେ ଅନାସ୍ଥା 🔴 ଲାଞ୍ଚ ନେବା ବେଳେ ମାଡି ବସିଲା ଭିଜିଲାନ୍ସ 🔴 ଭିସୁଟ୍‌ର ଡ୍ରେସ୍ କୋଡ୍‌, ଛାତ୍ରୀଙ୍କୁ ଦୁପଟା ମନା 🔴 ସାପ କାମୁଡ଼ାରେ ୪ଜଣଙ୍କ ମୃତ୍ୟୁ 🔴 ୩ ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା 🔴 ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ରାହୁରେଖାଲାଗି ନୀତି, ୪ ଘଣ୍ଟା ଦର୍ଶନ ବନ୍ଦ 🔴 ଆଜି ବସିବ ରାଜ୍ୟ କ୍ୟାବିନେଟ 🔴 ଶ୍ରୀମନ୍ଦିର ଉଡ଼େଇଦେବାକୁ ଧମକ!