ମାମୁଁ ଘର ଗାଁରେ ଭଣଜାର ଉନ୍ମତ୍ତକାଣ୍ଡ, ଟାଙ୍ଗିଆ ଧରି ଗ୍ରାମବାସୀଙ୍କୁ କଲେ ଆକ୍ରମଣ

ଚାନ୍ଦବାଲି (ବଡ଼ ଖବର ବ୍ୟୁରୋ): ମାମୁଁ ଘରକୁ ବୁଲି ଆସିଥିବା ଭଣଜାର ଉନ୍ମତ୍ତକାଣ୍ଡ । ଗାଁ ଦାଣ୍ଡରେ ଟାଙ୍ଗିଆ ଧରି ଯାହାକୁ ପାଇଲା ତାକୁ ମାରିବାକୁ ଗୋଡାଇଲା । ଯୁବକର ଟାଙ୍ଗିଆ ଚୋଟରେ ଦୁଇ ଜଣ ଗ୍ରାମବାସୀ ଆହତ ହୋଇଥିବା ବେଳେ ଯୁବକକୁ କାବୁ କରିବାକୁ ଯାଇଥିବା ଚାନ୍ଦବାଲି ପୋଲିସ ମଧ୍ୟ ଆହତ ହୋଇଛନ୍ତି । ଯୁବକ ଜଣଙ୍କ ହେଲେ ବାସୁଦେବପୁର ଅଂଚଳର ଭୀମସେନ ନାୟକ । ଭୀମସେନ ପୋଲିସକୁ ଛାଡ଼ି ନଥିଲା ।

ପୋଲିସ ଗାଡିକୁ ଟାଙ୍ଗିଆରେ ଆକ୍ରମଣ କରିଥିଲେ । ଖାଲି ସେତିକି ନୁହେଁ ଆହତ ହୋଇଥିବା ଲୋକଙ୍କୁ ମେଡିକାଲ ନେବାକୁ ଆସିଥିବା ଆମ୍ବୁଲାନ୍ସର କାଚ ଭାଙ୍ଗିବା ସହିତ ଆମ୍ବୁଲାନ୍ସ କର୍ମଚାରୀମାନଙ୍କୁ ଆକ୍ରମଣ କରିବାକୁ ପଛାଇ ନଥିଲା । ଯୁବକକୁ କାବୁ କରିବା ପାଇଁ ଚାନ୍ଦବାଲି ପୋଲିସକୁ ନାକେଦମ ହେବାକୁ ପଡିଥିଲା ବହୁ କଷ୍ଟରେ ପୋଲିସ ଉକ୍ତ ଯୁବକକୁ କାବୁ କରି ଚାନ୍ଦବାଲି ଥାନାକୁ ଆଣିଥିଲା। ଭୀମସେନ ଜଣେ ମାନସିକଗ୍ରସ୍ତ ବୋଲି ଜଣାପଡିଛି । ସେ ମାମୁଁ ଘର ଭଦ୍ରକ ଜିଲ୍ଲା ଚାନ୍ଦବାଲି ଥାନା ନାଲଗୁଣ୍ଡା ପଳାସପୁର ଗାଁ ଆସିଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!