Masthead

ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୫ବଖରା ଘର

ଚାନ୍ଦବାଲି (ବଡ଼ ଖବର ବ୍ୟୁରୋ):ଅଗ୍ନିକାଣ୍ଡରେ ଜଳିଗଲା ୫ ବଖରା ଘର । ସର୍ବସ୍ୱ ହରାଇଲେ ୫ ପରିବାର । ଏମିତି ହୃଦୟ ବିଦାରକ ଘଟଣା ଘଟିଛି ଭଦ୍ରକ ଜିଲ୍ଲା ଚାନ୍ଦବାଲି ବ୍ଲକ ପଞ୍ଚୁଟିକ୍ରି ପଞ୍ଚାୟତ ଉତ୍ତରସାହି ଗ୍ରାମରେ । ଏହି ଗ୍ରାମର ସାଗର ବେହେରା, ଅକ୍ଷୟ ବେହେରା, କିଶୋର ଜେନା, ନରହରି ଜେନା ଏବଂ ପୂର୍ଣ୍ଣଚନ୍ଦ୍ରଜେନାଙ୍କ ଘରେ ମଙ୍ଗଳବାର ବିଳମ୍ବିତ ରାତିରେ ଶୋଇଥିବା ବେଳେ ନିଆଁ ଲାଗିଯାଇଥିଲା । ଏହି ଅଗ୍ନିକାଣ୍ଡରେ ସମସ୍ତ ଆସବାବପତ୍ର ସହିତ ଝିଅ ବାହାଘର ପାଇଁ ରଖିଥିବା ଘରକରଣା ଜିନିଷ ମଧ୍ୟ ସମ୍ପୂର୍ଣ୍ଣ ଜଳିପୋଡି ପାଉଁଶ ହୋଇଯାଇଛି । ମଙ୍ଗଳବାର ରାତିରେ ସମସ୍ତେ ଘରେ ଶୋଇଥିବା ସମୟରେ ନିଆଁ ଲାଗି ଯାଇଥିଲା। ଏନେଇ ଗ୍ରାମବାସୀ ଅଗ୍ନିଶମ ବିଭାଗକୁ ଫୋନ କରିଥିଲେ ଅଗ୍ନିଶମ ବାହିନୀ ପହଞ୍ଚିଵା ବେଳକୁ ସବୁକିଛି ଜଳିପୋଡି ପାଉଁଶ ହୋଇଯାଇଥିଲା । ନିଆଁର ପ୍ରୋକପ ଏତେ ଥିଲାଯେ କିଛି ସମୟ ମଧ୍ୟରେ ହିଁ ୫ବଖରା ଘର ଓ ଆସବାବପତ୍ର ସମ୍ପୂର୍ଣ୍ଣ ଜଳିପୋଡି ପାଉଁଶ ହୋଇଯାଇଥିଲା। ଘରକୁ ଲାଗିଥିବା ଗୋରୁ ଗୁହାଳରେ ମଧ୍ୟ ନିଆଁ ଲାଗି ଯାଇଥିଲା । ଫଳରେ ୩ଗୋରୁଙ୍କୁ ଅର୍ଦ୍ଧଦଗ୍ଧ ଅବସ୍ଥାରେ ଗ୍ରାମବାସୀ ଉଦ୍ଧାର କରିଛନ୍ତି । ଅଗ୍ନିକାଣ୍ଡର କାରଣ ଏପର୍ୟ୍ୟନ୍ତ ଜଣାପଡି ନାହିଁ । ଚାନ୍ଦବାଲି ବିଡ଼ିଓ ଏବଂ ବିଜେଡି ଯୁବନେତା ଅନିଲ ନାୟକ ଘଟଣାସ୍ଥଳରେ ପହଞ୍ଚି ଅଗ୍ନିଵିପନ୍ନ ମାନଙ୍କୁ ଶୁଖିଲା ଖାଦ୍ୟ, ଲୁଗା ସହିତ ବାସନ ବଣ୍ଟନ କରିଛନ୍ତି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ