Masthead

ଦଳିତ ମହିଳାଙ୍କୁ ଆକ୍ରମଣ ଘଟଣା: ୩ ପୋଲିସ କର୍ମଚାରୀଙ୍କ ବଦଳି

ଚାନ୍ଦବାଲି (ବଡ଼ ଖବର ବ୍ୟୁରୋ): ଚାନ୍ଦବାଲି ଥାନା ସମ୍ମୁଖରେ ଦଳିତ ମହିଳାଙ୍କୁ ପୋଲିସ ଘୋଷାଡ଼ି ନେବା ଘଟଣା । ଜଣେ ଏଏସଆଇ, ଜଣେ କନଷ୍ଟେବଲ୍ ଓ ଜଣେ ହୋମଗାର୍ଡଙ୍କୁ ବଦଳି କରାଯାଇଛି । ଭଦ୍ରକ ଜିଲ୍ଲା ପୋଲିସ ମୁଖ୍ୟାଳୟକୁ ବଦଳି କଲେ ଏସ୍‌ପି । ଜୁନ୍ ୨୫ ସନ୍ଧ୍ୟା ସମୟରେ ରାଜନଗରର ଅଞ୍ଚଳର ଜଣେ ମହିଳା ତାଙ୍କ ସ୍ୱାମୀଙ୍କୁ କିଏ ମାରପିଟ କରିଥିବା ନେଇ ଚାନ୍ଦବାଲି ଥାନାକୁ ଅଭିଯୋଗ କରିବା ପାଇଁ ଆସିଥିଲେ। ଏହି ସମୟରେ ଜଣେ ଅଭିଯୁକ୍ତଙ୍କୁ କୋର୍ଟଚାଲାଣ କରାଯାଉଥିଲା। ସେ ଥାନା ସମ୍ମୁଖରୁ ଏକ ନୂଆ ଚପଲ ପିନ୍ଧି ଯାଇଥିବା ବେଳେ ଖୋଳକୁ ସେଠାରେ ଫୋପାଡ଼ି ଦେଇଥିଲେ। ଉକ୍ତ ଖୋଳରେ ମହିଳାଙ୍କ ଝିଅ ଖେଳିଥିଲା। ଝିଅ ଖେଳି ସାରିବା ପରେ ମହିଳା ଜଣଙ୍କ ଏହି ଖୋଳକୁ ଗେଟ୍‌ ପାଖକୁ ଫୋପାଡ଼ି ଦେଇଥିଲେ। ମାତ୍ର ଉକ୍ତ ଖୋଳକୁ ଡଷ୍ଟବିନରେ ପକାଇବାକୁ ଜଣେ କନଷ୍ଟେବଳ ମହିଳାଙ୍କୁ କହିଥିଲେ। ମାତ୍ର ସେ ମନା କରିବାରୁ ଏହାକୁ ନେଇ ଉଭୟଙ୍କ ମଧ୍ୟରେ ବଚସା ହୋଇଥିଲା।

ଏଥିରେ ଉତ୍‌କ୍ଷିପ୍ତ ହୋଇ କନଷ୍ଟେବଳ ଉକ୍ତ ମହିଳାଙ୍କ ଗାଲକୁ ସାତଆଠ ଚାପୁଡ଼ା ମାରିଥିବା ଅଭିଯୋଗ ହୋଇଛି। ପରେ ମହିଳା ଜଣଙ୍କ ପାଟି କରିବାରୁ କନଷ୍ଟେବଳ ଜଣକ ତାଙ୍କୁ ଏକ ବାଡ଼ିରେ ନିର୍ଧୂମ ପିଟିଥିଲେ। ଏହାପରେ ୩ ଜଣ ପୁଲିସ୍‌ ପହଞ୍ଚି ତାଙ୍କୁ ଜବରଦସ୍ତି ଟେକି ନେଇ ଥାନା ଗେଟ୍‌ ବାହାରେ ଛାଡ଼ି ଦେଇଥିଲେ। ଏହି ଟଣାଓଟରା ସମୟରେ ମହିଳାଙ୍କ ପିନ୍ଧା ଶାଢୀ ଚିରି ଯାଇଥିଲା। ଅସହାୟ ମହିଳାଙ୍କୁ ଜୋରଜବଦସ୍ତି ଭାବେ ଟେକି ଟେକି ନେଇ ଯିବାର ଏ ଭିଡିଓ ସୋଶାଲ ମିଡିଆ ଭାଇରାଲ ହୋଇଥିଲା। ଏହାକୁ ନେଇ ସାଧାରଣରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଥିଲା। ପରେ ଏହି ଘଟଣାରେ ପୁଲିସ କର୍ମଚାରୀଙ୍କୁ ପୁଲିସ ମୁଖ୍ୟାଳୟକୁ ବଦଳି କରାଯାଇଛି।
ଅନ୍ୟପକ୍ଷରେ ଏହି ଘଟଣାରେ ଚାନ୍ଦବାଲି ଥାନାରେ ଦୁଇଟି ଅଭିଯୋଗ ହୋଇଛି। ଦଳିତ ମହିଳା ଜଣଙ୍କ ପୁଲିସ କର୍ମଚାରୀଙ୍କ ବିରୋଧରେ କାର୍ୟ୍ୟାନୁଷ୍ଠାନ ପାଇଁ ଦାବି କରିଥିଲା ବେଳେ ଅପରପକ୍ଷରେ କନେଷ୍ଟବଳଙ୍କୁ ଇଟା ପଥର ଏବଂ ଅସଭ୍ୟ ଭାଷାରେ ଗାଳି ଗୁଲଜ କରିବା ଘଟଣାରେ ଥାନାରେ ମାମଲା ରୁଜୁ ହୋଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ