Masthead

ଗାଁ ରାସ୍ତାରେ ଜଳିଲା ୮ଶହ ଦୀପ

ଚାନ୍ଦବାଲି (ବଡ଼ ଖବର ବ୍ୟୁରୋ): ମହାମାରୀ କରୋନା ପାଇଁ ଏ ବର୍ଷ ଫିକା ପଡିଛି ଆଲୋକର ପର୍ବ ଦୀପାବଳି । ନ ଥିଲା ବାଣ-ରୋଷଣୀର ଶବ୍ଦ । ସହରଠାରୁ ଗାଁ ପର୍ଯ୍ୟନ୍ତ ସବୁଆଡେ ଖାଁ ଖାଁ ପରିବେଶ । ଛକ ଛକରେ ପୋଲିସର କଡା ପ୍ରହରା । କେବଳ ଦୀପରେ ପାଳନ ହୋଇଛି ଏ ବର୍ଷର ଦୀପାବଳି । ଭଦ୍ରକ ଜିଲ୍ଲା ତିହିଡି ବ୍ଲକ ନରେନ୍ଦ୍ରପୁର ଗାଁ ନିୟୁ ଷ୍ଟାର କ୍ଲବର ଯୁବକମାନେ ଏକ ନିଆରା ଢଙ୍ଗରେ ପାଳନ କରିଛନ୍ତି ଦୀପାବଳି ।

ନିଜ ଗାଁ ରାସ୍ତାର ଦୁଇ ପାର୍ଶ୍ଵରେ ମାଟିରେ ତିଆରି ୮ଶହ ଦୀପଜାଳି ପାଳନ କରିଛନ୍ତି ଆଲୋକର ପର୍ବ । ଉକ୍ତ ଗାଁର ଛୋଟ ଛୋଟ ପିଲାମାନେ ମଧ୍ୟ ସେମାନଙ୍କୁ ସହଯୋଗ କରୁଥିବାର ଦେଖାଯାଇଥିଲା । ଯୁବକମାନେ ସରକାରଙ୍କ ନିୟମ ମାନି ବାଣ ନ ଫୁଟାଇବାକୁ ଗ୍ରାମବାସୀମାନଙ୍କୁ ଅନୁରୋଧ କରିଥିଲେ । ଯୁବକମାନଙ୍କର ଏପରି କାର୍ଯ୍ୟକୁ ଗ୍ରାମବାସୀ ପ୍ରଶଂସା କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ