Masthead

ଚନ୍ଦନ ମିତ୍ରଙ୍କ ପରଲୋକ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ପୂର୍ବତନ ରାଜ୍ୟସଭା ସାଂସଦ ତଥା ବରିଷ୍ଠ ସାମ୍ବାଦିକ ଚନ୍ଦନ ମିତ୍ରଙ୍କର ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୬ ବର୍ଷ ହୋଇଥିଲା। ସେ ଇଂରାଜୀ ଖବର କାଗଜ ‘ଦି ପାୟୋନିଅର’ର ସଂପାଦକ ଥିଲେ। ଚନ୍ଦନ ମିତ୍ର ୨୦୦୩ରେ ପ୍ରଥମେ ରାଜ୍ୟସଭାକୁ ମନୋନୀତ ହୋଇଥିଲେ। ୨୦୧୦ରେ ବିଜେପି ତାଙ୍କୁ ରାଜ୍ୟସଭାକୁ ନିର୍ବାଚିତ କରି ନେଇଥିଲା। ସେ ମଧ୍ୟପ୍ରଦେଶରୁ ରାଜ୍ୟସଭାକୁ ନିର୍ବାଚିତ ହୋଇଥିଲେ।

୨୦୧୬ରେ ତାଙ୍କ କାର୍ଯ୍ୟକାଳ ଶେଷ ହୋଇଥିଲା। ୨୦୧୮ରେ ଚିନ୍ଦନ ମିତ୍ର ବିଜେପିରୁ ଇସ୍ତଫା ଦେଇ ତୃଣମୂଳ କଂଗ୍ରେସରେ ଯୋଗ ଦେଇଥିଲେ। ଚନ୍ଦନ ମିତ୍ରଙ୍କ ପରଲୋକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୋକ ପ୍ରକାଶ କରିଛନ୍ତି। ସେ ଜଣେ ଜ୍ଞାନୀ ଓ ଦୂରଦୃଷ୍ଟି ସଂପନ୍ନ ବ୍ୟକ୍ତି ଥିଲେ। ଉଭୟ ସାମ୍ବାଦିକତା ଓ ରାଜନୀତିରେ ନିଜର ପରିଚୟ ଛାଡ଼ି ଯାଇଛନ୍ତି ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି। ସେହିଭଳି ବିଜେପି ନେତା ରାମମାଧବଙ୍କ ସମେତ ଅନେକ ବିଶିଷ୍ଟ ବ୍ୟକ୍ତି ତାଙ୍କ ପରଲୋକରେ ଶୋକ ପ୍ରକାଶ କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ