Masthead

ଚନ୍ଦନ ମିତ୍ରଙ୍କ ପରଲୋକ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ପୂର୍ବତନ ରାଜ୍ୟସଭା ସାଂସଦ ତଥା ବରିଷ୍ଠ ସାମ୍ବାଦିକ ଚନ୍ଦନ ମିତ୍ରଙ୍କର ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୬ ବର୍ଷ ହୋଇଥିଲା। ସେ ଇଂରାଜୀ ଖବର କାଗଜ ‘ଦି ପାୟୋନିଅର’ର ସଂପାଦକ ଥିଲେ। ଚନ୍ଦନ ମିତ୍ର ୨୦୦୩ରେ ପ୍ରଥମେ ରାଜ୍ୟସଭାକୁ ମନୋନୀତ ହୋଇଥିଲେ। ୨୦୧୦ରେ ବିଜେପି ତାଙ୍କୁ ରାଜ୍ୟସଭାକୁ ନିର୍ବାଚିତ କରି ନେଇଥିଲା। ସେ ମଧ୍ୟପ୍ରଦେଶରୁ ରାଜ୍ୟସଭାକୁ ନିର୍ବାଚିତ ହୋଇଥିଲେ।

୨୦୧୬ରେ ତାଙ୍କ କାର୍ଯ୍ୟକାଳ ଶେଷ ହୋଇଥିଲା। ୨୦୧୮ରେ ଚିନ୍ଦନ ମିତ୍ର ବିଜେପିରୁ ଇସ୍ତଫା ଦେଇ ତୃଣମୂଳ କଂଗ୍ରେସରେ ଯୋଗ ଦେଇଥିଲେ। ଚନ୍ଦନ ମିତ୍ରଙ୍କ ପରଲୋକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୋକ ପ୍ରକାଶ କରିଛନ୍ତି। ସେ ଜଣେ ଜ୍ଞାନୀ ଓ ଦୂରଦୃଷ୍ଟି ସଂପନ୍ନ ବ୍ୟକ୍ତି ଥିଲେ। ଉଭୟ ସାମ୍ବାଦିକତା ଓ ରାଜନୀତିରେ ନିଜର ପରିଚୟ ଛାଡ଼ି ଯାଇଛନ୍ତି ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି। ସେହିଭଳି ବିଜେପି ନେତା ରାମମାଧବଙ୍କ ସମେତ ଅନେକ ବିଶିଷ୍ଟ ବ୍ୟକ୍ତି ତାଙ୍କ ପରଲୋକରେ ଶୋକ ପ୍ରକାଶ କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ